ମୋଦୀଙ୍କ ‘ମନ୍ କୀ ବାତ୍’ : ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଏକ ଅଦ୍ଭୁତ ମହୋତ୍ସବ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପୂର୍ବାହ୍ନ ୧୧ଟାରେ ଆକାଶବାଣୀର ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସହ ଭାବ ବିନିମୟ କରିଛନ୍ତି । ଏହା ‘ମନ୍ କୀ ବାତ୍’କାର୍ଯ୍ୟକ୍ରମର ୧୦୨ତମ ସଂସ୍କରଣ। ଏଥିରେ ସେ ଓଡ଼ିଶାର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କଥା ଉଲ୍ଲେକ କରିଛନ୍ତି।
ପ୍ରଧାନମନ୍ତ୍ରୀ କହିଛନ୍ତି ଦିନକପରେ ଅର୍ଥାତ୍ ଜୁନ୍ ୨୦ ତାରିଖ ଐତିହାସିକ ରଥଯାତ୍ରାର ଦିନ । ସାରା ସଂସାରରେ ରଥଯାତ୍ରାର ଏକ ବିଶିଷ୍ଟ ପରିଚୟ ରହିଛି । ଦେଶର ଭିନ୍ନ ଭିନ୍ନ ରାଜ୍ୟରେ ବହୁତ ଯାକଜକମରେ ରଥଯାତ୍ରା ଆୟୋଜିତ ହୁଏ । ଓଡ଼ିଶାର ପୁରୀରେ ଆୟୋଜିତ ରଥଯାତ୍ରା ସ୍ୱୟଂ ଏକ ଅଦ୍ଭୁତ ମହୋତ୍ସବ । ମୁଁ ଯେତେବେଳେ ଗୁଜରାଟରେ ଥିଲି, ସେତେବେଳେ ମୋତେ ଅହମ୍ମଦାବାଦରେ ହେଉଥିବା ବିଶାଳ ରଥଯାତ୍ରାରେ ଯୋଗଦେବାର ସୁଯୋଗ ମିଳୁଥିଲା । ଏହି ରଥଯାତ୍ରାଗୁଡ଼ିକରେ ଦେଶର ପ୍ରତ୍ୟେକ ବର୍ଗର ଲୋକ, ପ୍ରତ୍ୟେକ ସମାଜର ଲୋକମାନେ ଯେଭଳି ଉତ୍ସାହର ସହିତ ଭାଗ ନିଅନ୍ତି ତାହା ସ୍ୱତଃ ଅନୁକରଣୀୟ । ଆମର ଆସ୍ଥା ସହିତ ଏହା ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ମଧ୍ୟ ଏକ ପ୍ରତିବିମ୍ବ । ଏହି ପବିତ୍ର, ପୁଣ୍ୟ ଅବସରରେ ଆପଣମାନଙ୍କୁ ମୋ ତରଫରୁ ବହୁତ ବହୁତ ଶୁଭକାମନା ଜଣାଉଛି । ଭଗବାନ ଜଗନ୍ନାଥ ସମସ୍ତ ଦେଶବାସୀମାନଙ୍କୁ ସୁନ୍ଦର ସ୍ୱାସ୍ଥ୍ୟ ଓ ସୁଖସମୃଦ୍ଧିର ଆଶୀର୍ବାଦ ପ୍ରଦାନ କରନ୍ତୁ ବୋଲି ସେ କାମନା କରିଛନ୍ତି।
The way people from all over the country take part in the Rath Yatras is exemplary. Along with inner faith, it is also a reflection of the spirit of ‘Ek Bharat- Shreshtha Bharat.’ #MannKiBaat pic.twitter.com/HwX9gVXRIW
— PMO India (@PMOIndia) June 18, 2023
Comments are closed.