www.samajalive.in
Wednesday, December 10, 2025
16.1 C
Bhubaneswar

ଏବିସିଡି ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ଗୋପବନ୍ଧୁ ଜୟନ୍ତୀ ପାଳିତ

ସମ୍ବଲପୁର: ସମ୍ବଲପୁରର ଦଲଦଲିପଡ଼ା ଠାରେ ସ୍ଥିତ ଏବିସିଡି ଚାରିଟେବଲ ଟ୍ରଷ୍ଟ ତରଫରୁ ସେବା ଶିରୋମଣି ଉତ୍କଳମଣି ଗୋପବନ୍ଧୁ ଦାସ ଙ୍କ ୯୫ତମ ଶ୍ରାଦ୍ଧୋତ୍ସବ ପାଳନ କରାଯାଇଛି। ରବିବାର ଅପରାହ୍ନରେ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ଆଦର୍ଶ ବିଦ୍ୟାଳୟର ମୁଖ୍ୟ ଆଚାର୍ଯ୍ୟ ରମଣୀକାନ୍ତ ସାହୁ ଓ ତାଙ୍କର ଧର୍ମପତ୍ନୀ ଅତିଥି ରୂପେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ରାଜେନ୍ଦ୍ର ସତନାମୀ ଦେଇଥିଲେ। ସୁନୀଲ ସାଗର ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ଜୀବନୀ, ମାର୍ଗଦର୍ଶନ ଓ ଆଦର୍ଶ ଉପରେ ବିସ୍ତୃତ ବକ୍ତବ୍ୟ ରଖି ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରିତ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ରମଣୀକାନ୍ତ ସାହୁ ଛାତ୍ରଛାତ୍ରୀ ମାନଙ୍କୁ ପାଠ୍ୟ ପୁସ୍ତକ ବଣ୍ଟନ କରିଥିଲେ। ଶେଷରେ ମୁକେଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।

- Advertisement -

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories