www.samajalive.in
Sunday, December 7, 2025
26.1 C
Bhubaneswar

ଅବକାରୀ ଚଢ଼ାଉ ; ଦେଶୀ ମଦ , ଟ୍ରାକ୍ଟର ଜବତ

ଆଠଗଡ :  ଅବକାରୀ କମିଶନର ନରସିଂହ ଭୋଳଙ୍କ ନିର୍ଦ୍ଦେଶ କ୍ରମେ ତଥା କଟକ ଜିଲ୍ଲା ଅବକାରୀ ଅଧିକ୍ଷକ ଦେବାଶିଷ ପଟେଲଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅବକାରୀ ବିଭାଗ ପକ୍ଷରୁ ଆଠଗଡ ଥାନା ଅଞ୍ଚଳରେ ମିଳିତ ଚଢ଼ାଉ କରାଯାଇଥିଲା। ବହୁ ଅଧିକାରୀ ଓ କର୍ମଚାରୀଙ୍କୁ ନେଇ ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା ଓ ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ପଞ୍ଚାୟତ ପଣସପାଟଣାରେ ଏହି ଚଢ଼ାଉ ରାତି ପର୍ୟ୍ୟନ୍ତ ଚାଲିଥିଲା। ଏହି ଚଢାଉରେ ୧୮, ୮୬ ଲିଟର ଗୁଡପୋଚ , ୨୨୭୫ ଲିଟର ଦେଶୀ ରନ୍ଧା ମଦ , ୪,୮୬୦ ଲିଟର ବିଦେଶୀ ମଦ , ୮ ଲିଟର ବିୟର ଜବତ କରାଯାଇଛି। ଏହି ଘଟଣାରେ କାହାରିକୁ ଗିରଫ କରାଯାଇ ନଥିଲା ବେଳେ ଆଠଟି ମାମଲା ରୁଜୁ କରାଯାଇଛି। ସେହିପରି ଗୋଟିଏ ଟ୍ରାକ୍ଟର ମଧ୍ୟ ଜବତ କରାଯାଇଛି। ଏହି ଚଢାଉରେ ଅବକାରୀ ଉପ ଅଧିକ୍ଷକ ପ୍ରମୋଦ କୁମାର ପଣ୍ଡା, ଆଠଗଡ ଅବକାରୀ ନିରୀକ୍ଷକ କେଶବ ଚନ୍ଦ୍ର ଦାସ, ମୋବାଇଲ ନିରୀକ୍ଷକ ସଂଜିତ ବାର୍ଲା, ଅଧିକାରୀ ଅଜିତ କୁମାର ପାତ୍ର, ସୌମ୍ୟ ରଞ୍ଜନ ମାଝୀ, ଦୀପକ କୁମାର ମାରାଣ୍ଡି ପ୍ରମୁଖଙ୍କ ସମେତ ବହୁ ସଂଖ୍ୟକ ଅବକାରୀ କର୍ମଚାରୀ ସାମିଲ ଥିଲେ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories