www.samajalive.in
Monday, December 8, 2025
27.1 C
Bhubaneswar

ଅନ୍ତର୍ଜାତୀୟ ଯୋଗ ଦିବସ

ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ। ଅନେକ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ। ବିଶ୍ବସ୍ତରରେ ଏହି ଯୋଗ ଦିବସ ପାଳନ ଉଦ୍ୟମ ପ୍ରଥମେ ଭାରତ ତରଫରୁ ହିଁ ନିଆଯାଇଥିଲା। ଦୈନିକ ଜୀବନଚର୍ଯ୍ୟାରେ ଯୋଗକୁ ସାମିଲ କରି ଏକ ସୁସ୍ଥ ଜୀବନଶୈଳୀ ଅତିବାହିତ କରିବାକୁ ଏହି ଦିବସ ବାର୍ତ୍ତା ଦେଉଛି। ପ୍ରାଚୀନ ସଂସ୍କୃତିର ଅମୂଲ୍ୟ ଉପହାର ହେଉଛି ଯୋଗ। ପ୍ରତିଦିନ ଯୋଗାଭ୍ୟାସ କରିବା ଦ୍ବାରା ଆମ ମନ ଶାନ୍ତ ରହେ ଏବଂ ଶରୀରକୁ ଶକ୍ତି ମିଳେ। ବିଶେଷଜ୍ଞଙ୍କ ମତରେ ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସୁନ୍ଦର ଉପଚାର ଅଟେ। ସେହି ପରିପ୍ରେକ୍ଷୀରେ ବିଶ୍ବସ୍ତରରେ ଜୁନ୍ ୨୧କୁ ଯୋଗ ଦିବସ ଭାବେ ପାଳନ କରାଯାଉଛି। ଅନ୍ତର୍ଜାତୀୟ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେଶନରେ ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା। ନ୍ୟୁୟର୍କ ସ୍ଥିତ ଜାତିସଂଘ ମୁଖ୍ୟ କାର୍ଯ୍ୟାଳୟରେ ପ୍ରଥମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ଭାରତର ତତ୍କାଳୀନ ବୈଦେଶିକ ମନ୍ତ୍ରୀ ସୁଷମା ସ୍ୱରାଜ ଅତିଥି ଭାବେ ଯୋଗ ଦେଇଥିଲେ। ୨୦୧୫ ଜୁନ୍ ୨୧ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ନୂଆଦିଲ୍ଲୀଠାରେ ୩୫ହଜାରରୁ ଅଧିକ ଲୋକ ପାଖାପାଖି ୩୫ ମିନିଟ୍ ଯୋଗ କରିଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories