www.samajalive.in
Monday, December 8, 2025
17.1 C
Bhubaneswar

ଅଯୋଧ୍ୟା ରାମ ମନ୍ଦିର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ୨୦୨୪ ବର୍ଷ ଜାନୁୟାରୀ ୧୪ ତାରିଖରେ ଉତ୍ତର ପ୍ରଦେଶର ଅଯୋଧ୍ୟାରେ ନିର୍ମିତ ରାମ ମନ୍ଦିରର ପ୍ରତିଷ୍ଠା ଦିବସ ସମାରୋହ ହେବ ବୋଲି ଜଣାପଡ଼ିଛି। ଏହି ଉତ୍ସବ ୧୦ ଦିନ ପର୍ଯ୍ୟନ୍ତ ଚାଲିବ । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ ବୋଲି ମନ୍ଦିର ନିର୍ମାଣ ସମିତି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ରା ସୂଚନା ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ବିଶ୍ୱର ବିଭିନ୍ନ ସ୍ଥାନର ସାଧୁସନ୍ଥ ଯୋଗ ଦେବେ  ବୋଲି ନୃପେନ୍ଦ୍ର ମିଶ୍ରା କହିଛନ୍ତି। ଏହା ସବୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲା ରହିବ । ମନ୍ଦିର ତଳେ ମଧ୍ୟ ବହୁ କାରୁକାର୍ଯ୍ୟପୂର୍ଣ୍ଣ ନିର୍ମାଣ କାମ ହୋଇଛି, ଯାହାକି ରାମ କଥା ପ୍ରଦର୍ଶୀତ କରିବ । ସୂଚନାଯୋଗ୍ୟ, ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଛି। ୩ ମହଲା ବିଶିଷ୍ଟ ରାମ ମନ୍ଦିରର ଗ୍ରାଉଣ୍ତ ଫ୍ଲୋର କାମ ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ଶେଷ ହେବ। ମନ୍ଦିରର ୩ ପାର୍ଶ୍ୱରେ ଦ୍ୱାର ରହିବ ତଥା ତାହାର ଶିଖର ସୁନାରେ ନିର୍ମିତ ହେବ ବୋଲି ମନ୍ଦିର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories