www.samajalive.in
Sunday, December 7, 2025
18.1 C
Bhubaneswar

ଏକ ସୁସ୍ଥ ଜୀବନଶୈଳୀ ପାଇଁ ଯୋଗ ଦିବସର ବାର୍ତା.. ‘କର ଯୋଗ, ରୁହ ନିରୋଗ’

କଲମପୁର :‘କର ଯୋଗ, ରୁହ ନିରୋଗ’। ଯୋଗ, ଶାରିରୀକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ। ପ୍ରତିଦିନ ଯୋଗ ଅଭ୍ୟାସ ଦ୍ୱାରା ଆମ ମନ ଶାନ୍ତ ରହିବା ସହ ଶରୀର ସୁସ୍ଥ ରହିବା ସହ ଶକ୍ତି ମିଳିଥାଏ। ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଯୋଗ ଏକ ସୁନ୍ଦର ଉପଚାର। ତେଣୁ ଯୋଗ କରି ନିରୋଗୀ ହେବା ପାଇଁ ଆନ୍ତର୍ଜାତୀୟ ଯୋଗ ଦିବସର ଏକ ବାର୍ତା ବୋଲି କଲମପୁର ଆର.ଏମ.ସି ୟାର୍ଡ ଠାରେ ଆୟୋଜିତ ତହସିଲସ୍ତରୀୟ ଯୋଗ ଦିବସ ପାଳନ ଅବସରରେ ଅତିଥି ମାନେ ମତବ୍ୟକ୍ତ କରିଛନ୍ତି।
କଲମପୁର ଯୋଗ ସମିତିର ବରିଷ୍ଠ ଯୋଗ ଶିକ୍ଷକ ଚନ୍ଦ୍ର ଶେଖର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଆନ୍ତର୍ଜାତୀୟ ଯୋଗ ଦିବସ ରେ ବି.ଡି.ଓ ବିଜୟ କୁମାର ମାଣ୍ଡାଙ୍ଗି ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ତହସିଲଦାର ରୁଦ୍ର ମୋହନ ନାୟକ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ। ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱ ବିଦ୍ୟାଳୟ କଲମପୁର ଗୀତା ପାଠଶାଳାର ସଂଚାଳିକା ବ୍ରହ୍ମ କୁମାରୀ ରୋଜି ଭଉଣୀ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଯୋଗର ପ୍ରକାର ଭେଦ ଉପରେ ଆଲୋକପାତ କରିଥିଲେ। ମାନସିକ ଶାନ୍ତି ଓ ଆଧ୍ୟାତ୍ମିକ ଜାଗରଣ ପାଇଁ ଯୋଗର ଭୂମିକା ସମ୍ବନ୍ଧରେ ବୁଝାଇଥିଲେ। ଯୋଗର ଉତ୍ପତିସ୍ଥଳ ଏହି ଭାରତ ବର୍ଷ। ବିଶ୍ୱସ୍ତରରେ ଏହି ଯୋଗ ଦିବସ ପାଳନ ପାଇଁ ଭାରତରୁ ହିଁ ଉଦ୍ୟମ ଆରମ୍ଭ ହେଇଥିଲା, ବିଶ୍ୱକୁ ପ୍ରାଚୀନ ସଂସ୍କୃତିର ଏକ ଅମୂଲ୍ୟ ଅବଦାନ ଯୋଗ ବୋଲି ଅତିଥି ମାନେ ମତବ୍ୟକ୍ତ କରିଛନ୍ତି।
ଯୋଗ ଶିକ୍ଷକ ମନ୍ମଥ କୁମାର ମିଶ୍ର ଉପସ୍ଥିତ ଲୋକଙ୍କୁ ଯୋଗ ଶିକ୍ଷା ପ୍ରଦାନ କରିଥିଲେ। ମୀନଗୁର ଧାନ ମଣ୍ଡି ଠାରେ ଯୋଗ  ଶିକ୍ଷକ ଅନିଲ କୁମାର ମାଝୀଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ସେହିଭଳି ଦାସିଗାଁ ଆୟୁସ ସ୍ୱାସ୍ଥ୍ୟ ଓ ଆରୋଗ୍ୟ କେନ୍ଦ୍ର ଠାରେ ଡାକ୍ତର ଜତିନ୍ଦ୍ର ପ୍ରସାଦ ପାଢୀଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। ଏଥିରେ ଦାସିଗାଁ ସରପଂଚ ପ୍ରମୋଦିନୀ ପ୍ରହରାଜ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସରୋଜ କାନ୍ତ ଖମାରୀ, ନାରାୟଣ ପାଢୀ, ବିଜେ ନାଗ, ଆଦିତ୍ୟ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories