www.samajalive.in
Sunday, December 14, 2025
15.1 C
Bhubaneswar

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଜେ.ପି.ନଡ୍ଡା

ଭୁବନେଶ୍ୱର: ଆଜିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା। ଗୁରୁବାର ଅପରାହ୍ଣ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଝାରସୁଗୁଡ଼ା ଜିଲା ବିଜେପି କାର୍ଯ୍ୟାଳୟକୁ ଯିବେ। ସେଠାରେ ବରଗଡ଼ ଲୋକସଭା କ୍ଷେତ୍ରର କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। ଶ୍ରୀ ନଡ୍ଡା ବୁର୍ଲାସ୍ଥିତ ଏମସିଏଲ ଅତିଥି ଭବନରେ ରାତ୍ରିଯାପନ କରିବେ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦେଇଛନ୍ତି। ୨୩ରେ ଶ୍ରୀ ନଡ୍ଡା ବୁର୍ଲାରୁ ବାହାରି ସିଧାସଳଖ ଭବାନୀପାଟଣାରେ ପହଞ୍ଚି ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କୁ ଦର୍ଶନ କରିବେ। ଏହା ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦୀ ସରକାରଙ୍କ ୯ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ମହା ଜନସମ୍ପର୍କ ସମାବେଶରେ ଯୋଗ ଦେବେ। ଏହା ପରେ ଶ୍ରୀ ନଡ୍ଡା ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ବ୍ୟକ୍ତି ଏବଂ କଳାହାଣ୍ଡି ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ ଓ ଆଲୋଚନା କରିବେ। ଅପରାହ୍ଣରେ ସେ ଝାରସୁଗୁଡ଼ା ଫେରି ବିମାନ ଯୋଗେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ସ୍ଥିର ହୋଇଥିବା ଶ୍ରୀ ମହାପାତ୍ର ସୂଚନା ଦେଇଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories