ଆସନ୍ତାକାଲି ଓଡ଼ିଶା ଛୁଇଁପାରେ ମୌସୁମୀ
ଭୁବନେଶ୍ୱର: ଆସନ୍ତାକାଲି ସୁଦ୍ଧା ଓଡ଼ିଶା ଛୁଇଁପାରେ ମୌସୁମୀ। ଆଜି କିଛି ଜିଲାରେ ହୋଇଥିବା ପ୍ରାକ୍ ମୌସୁମୀ ବର୍ଷା ଓ ପବନ ଯୋଗୁ ମୌସୁମୀ ଅନୁକୂଳ ରହିଛି। ମୌସୁମୀ ଆଗମନ ପାଇଁ ଅନୁକୂଳ ପାଗ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ଆଜିଠୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଛି। କିଛି ଜିଲାରେ କାଲି ଓ ୨୪ରୁ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି ଜିଲାରେ ବର୍ଷାର ମାତ୍ରା ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
Comments are closed.