www.samajalive.in
Saturday, December 13, 2025
21.1 C
Bhubaneswar

୫ଟି ଉପକ୍ରମରେ ପୁନଃନିର୍ମାଣ ହେବ ବାହାନଗା ହାଇସ୍କୁଲ, ୨.୪୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବାଲେଶ୍ବର ଜିଲାର ବାହାନଗା ହାଇସ୍କୁଲର ୫ଟି ଉପକ୍ରମରେ ପୁନଃନିର୍ମାଣ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ କୋଟି ୪୯ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ଅର୍ଥ ମଞ୍ଜୁର କରାଯାଇଛି।
ସୂଚନାଯୋଗ୍ୟ ଯେ ଗତ ୨ ତାରିଖରେ ବାହାନଗା ରେଳଷ୍ଟେସନଠାରେ ସଂଗଠିତ ଭୟାବହ ରେଳ ଦୁର୍ଘଟଣା ପରବର୍ତ୍ତୀ ସମୟରେ ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଓ ବାହାନଗା ହାଇସ୍କୁଲର ଶିକ୍ଷକ ଶିକ୍ଷୟତ୍ରୀମାନେ ଉଦ୍ଧାର ଓ ସେବା କାର୍ଯ୍ୟରେ ସ୍ବତସ୍ଫୁର୍ତ୍ତ ଭାବରେ ଯୋଗ ଦେଇଥିଲେ । ସେମାନଙ୍କ ମହତ୍ ଯୋଗଦାନକୁ ଉତ୍ସାହିତ କରିବା ପାଇଁ ବାହାନଗା ହାଇସ୍କୁଲକୁ ୫-ଟି କାର୍ଯ୍ୟକ୍ରମରେ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ୫ଟି ସଚିବ ଭି.କେ.ପାଣ୍ଡିଆନ ମଧ୍ୟ ବାହାନଗା ହାଇସ୍କୁଲର ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଲୋକପ୍ରତିନିଧି, ସ୍କୁଲ ପରିଚାଳନା କମିଟି ତଥା ଜିଲାପାଳଙ୍କ ସହିତ ବିସ୍ତୃତ ଆଲୋଚନା କରି ମତାମତ ନେଇଥିଲେ।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories