www.samajalive.in
Monday, December 15, 2025
16.1 C
Bhubaneswar

ଦେପୁର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଜଣେ ମୃତ , ୨ ଗୁରୁତର

ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଦେପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଆହତ ହୋଇଛନ୍ତି।

ସୂଚନା ଅନୁସାରେ ବିଶ୍ୱନାଥପୁର ସ୍ଥିତ ମନୋହର ହରପାଳଙ୍କ ପୁଅ ତକଦିର ହରପାଳ ଏକ ବାଇକରେ କୋଣସି କାମରେ ଭବାନୀପାଟଣା ଆସୁଥିବାବେଳେ ଭାରସାମ୍ୟ ହରାଇ ଟ୍ରକ ଚକ ତଳେ ପଡି ଯାଇଥିଲେ ଫଳରେ ଘଟଣା ସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଛି। ସେଭଳି ଆଉ ଗୋଟିଏ ଗାଡ଼ିରେ ଆସୁଥିବା ଦୁଇଜଣ ମଧ୍ୟ୍ୟ ଏହି ଦୁର୍ଘଟଣାକୁ ଦେଖିବା ପରେ ନିଜକୁ ଭାରାସାମ୍ୟ ହରାଇ ରାସ୍ତାରେ ପଡିଯାଇ ଗୁରୁତର ହୋଇଥିବା ଜଣା ପଡିଛି।

- Advertisement -

ଖବର ପାଇ ଭବାନୀପାଟଣା ସଦର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତକଦିର ହରପାଲଙ୍କ ମୃତଦେହ ଜବତ କରି ଭବାନୀପାଟଣା ଜିଲା ମୁଖ୍ୟ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହାସହିତ ଆହତମାନଙ୍କୁ ଆଣି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ପୁଲିସ ଟ୍ରକକୁ ଜବତ କରି ଏକ ମାମଲା ରୁଜୁ କରିବା ସହିତ ତଦନ୍ତ କରୁଥିବା ସୂଚନା ମିଳିଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories