www.samajalive.in
Sunday, December 7, 2025
23.1 C
Bhubaneswar

ଅନୁପ୍ରବେଶ ଉଦ୍ୟମ ବେଳେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଆତଙ୍କୀ ନିହତ

ଶ୍ରୀନଗର : ଉତ୍ତର କାଶ୍ମୀରର କୁପୱାରା ଜିଲାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ପାକ୍‌‌ ଅଧିକୃତ କାଶ୍କୀରରୁ ଅନୁପ୍ରବେଶ ଉଦ୍ୟମ ବେଳେ ଏହି ଗୁଳିବିନିମୟ ହୋଇଛି। ସେନା ଓ ପୁଲିସର ମିଳିତ ଗୁଳିବିନିମୟରେ ୪ ଆତଙ୍କୀ ନିହତ ହୋଇଛନ୍ତି। ଜିଲାର ମାଚ୍ଛିଲ ସେକ୍ଟରର କାଲା ଜଙ୍ଗଲରେ ଏହି ଗୁଳିବିନିମୟ ଘଟିଛି। କାଶ୍ମୀର ଜୋନ୍‌‌ ପୁଲିସ ନିଜର ଟ୍ୱିଟରେ ଏହି ସୂଚନା ଦେଇଛନ୍ତି। ଆତଙ୍କବାଦୀମାନେ ପିଓଜେକେରୁ ଭାରତୀୟ ସୀମା ଆଡକୁ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ସୁରକ୍ଷା ବାହିନୀ ସେମାନଙ୍କୁ ଗୁଳିଚାଳନା କରିଥିଲେ। ସୁରକ୍ଷା ବାହିନୀ ସମ୍ପୃକ୍ତ ଅଞ୍ଚଳକୁ ଘେରି ରହିଛନ୍ତି। ଘଟଣାସ୍ଥଳରେ ଏବେ ମଧ୍ୟ ତଲାସି ଅଭିଯାନ ଜାରି ରହିଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories