www.samajalive.in
Sunday, December 14, 2025
23.1 C
Bhubaneswar

ଆସାମରେ ବନ୍ୟା ବିପର୍ଯ୍ୟୟ, ୫ ଲକ୍ଷରୁ ଅଧିକ ଲୋକ କ୍ଷତିଗ୍ରସ୍ତ

ଡେସ୍କ: ଆସାମରେ ସୃଷ୍ଟ ବନ୍ୟା ବିପର୍ଯ୍ୟୟରେ ୫ ଲକ୍ଷରୁ ଅଧିକ ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଥିରେ ୬୩ ହଜାର ଶିଶୁ ରହିଥିବା ସୂଚନା ମିଳିଛି। ଗତ ୨୪ ଘଣ୍ଟା ଭିତରେ ୨ ଜଣ ଲୋକଙ୍କର ପ୍ରାଣହାନୀ ଘଟିଛି। ୮୩ଟି ରିଲିଫ୍‌‌ ଶିବିରରେ ୧୪ ହଜାରରୁ ଅଧିକ ଲୋକ ଆଶ୍ରୟ ନେଇଛନ୍ତି।

ଆସାମର ଅଧିକାଂଶ ନଦୀ ଏବେ ମଧ୍ୟ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ବ୍ରହ୍ମପୁତ୍ର ନଦୀର ଜଳସ୍ତର ଧୁବ୍ରୀ ଓ ନେମୀ ଘାଟ ଠାରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଏନଡିଆରଏଫ, ଏସଡିଆରଏଫ ଓ ସୀମା ସୁରକ୍ଷା ବଳ ସହାୟତାରେ ଉଦ୍ଧାର କାର୍ଯ୍ୟ କରାଯାଉଛି। ବନ୍ୟା ଜଳ ମାଡ଼ିଯିବା ଯୋଗୁଁ ଅନେକ ବାସଗୃହ, ସଡ଼କ ଓ ନଦୀବନ୍ଧ କ୍ଷତିଗ୍ରସ୍ତ ହୋଇଛି। ଚାଷ ଜମିରେ ପାଣି ମାଡ଼ି ଯାଇଥିବାରୁ ବ୍ୟାପକ ଫସଲ ନଷ୍ଟ ହୋଇଛି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories