ଶନିବାର ରାଶିଫଳ (୨୪.୦୬.୨୦୨୩) ରାଶିଫଳଧର୍ମ ଅଧ୍ୟାତ୍ମନିଉଜ ଆଲର୍ଟ By samajalive Last updated Jun 24, 2023 Share ମେଷ : କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ପରୋପକାରୀ ଓ କରିତ୍କର୍ମା ହେବେ। ବୃଷ : ଉଦାର ପ୍ରକୃତିର ହୋଇପାରନ୍ତି। ଜ୍ଞାନଧର୍ମରେ ଦୀକ୍ଷିତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ପ୍ରେମୀ ଓ ବୁଦ୍ଧିମାନ୍ ହେବେ। ଯାନବାହନ ସୁଖ ମିଳିବ। ମିଥୁନ : ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ସମ୍ମାନ ମିଳିପାରେ। ଧାର୍ମିକ, ବନ୍ଧୁପ୍ରେମୀ ହେବେ। କର୍କଟ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷା, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ବାନ୍ ହେବେ। ମିତ୍ରମାନଙ୍କଠାରୁ ସହାୟତା ମିଳିବ। ବ୍ୟବସାୟରୁ ଅଧିକ ଧନଲାଭ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସିଂହ : ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ବୁଦ୍ଧିମାନ୍ ହେବେ। ଜ୍ୟୋତିଷ ବିଦ୍ୟା ପ୍ରତି ରୁଚି ରହିବ। କନ୍ୟା : ଏକାନ୍ତ ସ୍ଥାନରେ ମୌନାବତାରରେ ତପ ସାଧନାରେ ନିମଗ୍ନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ଜ୍ଞାନୀ ହେବେ। Related Posts ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା, ରାଷ୍ଟ୍ରୀୟ… Dec 26, 2024 ବନ୍ଦ ହୋଇଯାଇଛି ଭାରତୀୟ ଡାକ ବିଭାଗ ପକ୍ଷରୁ… Dec 26, 2024 ତୁଳା : ସୁସ୍ଥ ଓ ନିରାମୟ ରହିବେ। ଆୟୁଷ୍ମାନ୍ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। କାର୍ଯ୍ୟରେ ଅପୂର୍ବ ସଫଳତା ପାଇବେ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତ ହେବେ। ବିଛା : ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ଆୟୁଷ୍ମାନ୍ ହେବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଭଲରେ ଚାଲିବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ। ଅର୍ଥ ମିଳିବ। ଧନୁ : ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ଭୋଗୀ ହେବେ। ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ମକର : ସ୍ବାଭିମାନୀ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। କୁମ୍ଭ : ଉତ୍ସର୍ଗୀକୃତ ମନୋଭାବ ନେଇ ସମାଜ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ସ୍ବକର୍ମ ପାଇଁ ବେଳେବେଳେ ମନରେ ଅହଂଭାବ ଆସିପାରେ। ମୀନ : ମିତବ୍ୟୟୀ ହେବେ। ଭାଇଙ୍କ ଉପରେ ସ୍ନେହଭାବ ରହିବ। ଆୟୁଷ୍ମାନ୍ ହେବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ପ୍ରଶଂସାର ପାତ୍ର ହେବେ। Share FacebookTwitterWhatsApp
Comments are closed.