www.samajalive.in
Sunday, December 7, 2025
26.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ !

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ପକ୍ଷରୁ ସୂଚନା ମିଳିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁସାରେ ଶନିବାର କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ାର କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ସହିତ ଜିଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ୨୬ ତାରିଖରେ ଅନୁଗୋଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ସାରା ଓଡ଼ିଶାରେ ମୌସୁମୀ ପ୍ରଭାବରେ କିଛି ଜିଲାରେ ଏବେ ସୁଦ୍ଧା ବର୍ଷା ଜାରି ରହିଥିବା ସୂଚନା ମିଳିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories