ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ : ୨୪ ଘଣ୍ଟା କାର୍ଯ୍ୟ କରିବ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ

ଭୁବନେଶ୍ବର: ଜୁନ୍‌ରୁ ଅକ୍ଟୋବର ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକରେ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ସବୁ ପ୍ରକାର ବିପର୍ଯ୍ୟୟ ବାବଦରେ ସୂଚନା ପ୍ରଦାନ କରିବାକୁ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ ୨୪ ଘଣ୍ଟା କାର୍ଯ୍ୟ କରିବ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ସହିତ ଗୋଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିଙ୍କ ସୁରକ୍ଷା ପାଇଁ ଜିଲା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.