www.samajalive.in
Monday, December 15, 2025
16.1 C
Bhubaneswar

ବିଧାନସଭା ପରିସରରେ ମହାନ ଜନନାୟକ ନବକୃଷ୍ଣ ଚୌଧୁରୀଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଓଡ଼ିଶାର ମହାନ ସ୍ୱାଧୀନତା ସଂଗ୍ରାମୀ, ଅନ୍ୟତମ ବିପ୍ଳବୀ ପୁରୁଷ, ସମାଜବାଦୀ ନେତା, ପ୍ରଜା ତଥା ଭୂଦାନ ଆନ୍ଦୋଳନର କର୍ଣ୍ଣଧାର, ଆଦର୍ଶବାଦୀ ରାଜନୀତିଜ୍ଞ ମୁଖ୍ୟମନ୍ତ୍ରୀ ଥିଲେ ନବକୃଷ୍ଣ ଚୌଧୁରୀ। ତାଙ୍କର ଅନନ୍ୟ ବ୍ୟକ୍ତିତ୍ୱ ଓ ବୈପ୍ଳବିକ ଚିନ୍ତାଧାରା ଆଜି ଅକଳ୍ପନୀୟ । ସମ୍ଭ୍ରାନ୍ତ ପରିବାରରେ ଭୂମିଷ୍ଠ ହୋଇଥିଲେ ମଧ୍ୟ ସମାଜର ଦଳିତ, ନିଷ୍ପେସିତ ଓ ଅବହେଳିତଙ୍କ ସେବାରେ ସେ ଥିଲେ ଚିରବ୍ରତୀ। ଚାଷୀମୂଲିଆଙ୍କ ସ୍ୱାର୍ଥରକ୍ଷା, ସାମାଜିକ ନ୍ୟାୟ ପ୍ରତିଷ୍ଠା ଦିଗରେ ପ୍ରତିବଦ୍ଧତା, ଓଡ଼ିଆ ଭାଷାକୁ ସରକାରୀ ସ୍ତରରେ ବ୍ୟବହାର କରିବା ନିମନ୍ତେ ତାଙ୍କର ଉଦ୍ୟମ ପାଇଁ ସେ ଚିର ଅମର ହୋଇ ରହିବେ।

ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭା ପକ୍ଷରୁ ଆଦର୍ଶବାଦୀ ବିଶିଷ୍ଟ ଜନନେତା ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ୩୯ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଧାନସଭାର କାର୍ଯ୍ୟକାରୀ ବାଚସ୍ପତି ରଜନୀକାନ୍ତ ସିଂହ ବିଧାନସଭାସ୍ଥିତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ କରିଥିଲେ ।

- Advertisement -

ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ, ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର, ସରକାରୀ ଦଳର ମୁଖ୍ୟ ସଚେତକ ପ୍ରଶାନ୍ତ କୁମାର ମୁଦୁଲି, ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଧାୟକ ପ୍ରଫୁଲ୍ଲ କୁମାର ସାମଲ ଓ ଅମର ପ୍ରସାଦ ଶତପଥୀ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାନସଭା ସଚିବ ଦାଶରଥୀ ଶତପଥୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ମହାନ ଜନନାୟକ ସ୍ୱର୍ଗତ ନବକୃଷ୍ଣ ଚୌଧୁରୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।

ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶିବପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଶାଶ୍ୱତୀ ସାମାଜିକ ଓ ସାଂସ୍କୃତିକ କେନ୍ଦ୍ରର କଣ୍ଠଶିଳ୍ପୀମାନେ ନବକୃଷ୍ଣ ଚୌଧୁରୀଙ୍କ ଜୀବନୀ ଆଧାରିତ ‘ଉତ୍କଳ ମାଟିର ମହାନାୟକ’ ଶୀର୍ଷକ ସଂଗୀତ ପରିବେଷଣ କରିଥିଲେ ।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories