ଦିଗପହଣ୍ଡି ଦୁର୍ଘଟଣା ; ପ୍ରଧାନମନ୍ତ୍ରୀଙ୍କ ଶୋକ,ସହାୟତା ରାଶି ଘୋଷଣା
ସମବେଦନା ପ୍ରକାଶ କଲେ ସ୍ୱରାଷ୍ଟ୍ର ମନ୍ତ୍ରୀ
ନୂଆଦିଲ୍ଲୀ : ଗଞ୍ଜାମ ଦିଗପହଣ୍ଡିରେ ହୋଇଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଦୁର୍ଘଟଣାରେ ୨ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୧୨ ଜଣଙ୍କ ମୃତ୍ୟୁ ହେବା ସହ ୮ ଜଣ ଆହତ ହୋଇଛନ୍ତି।
ଦୁର୍ଘଟଣା ଖବର ପ୍ରକାଶ ପାଇବା ପରେ ମୃତକଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିବା ସହ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଏହାସହ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି।
Pained by the bus accident in Ganjam district, Odisha. Condolences to those who lost their loved ones. May the injured recover soon. An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM @narendramodi
— PMO India (@PMOIndia) June 26, 2023
ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠି ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି।
Anguished by the tragic road accident in Digapahandi (Odisha) that claimed precious lives. In this hour of grief, my thoughts are with their family members. May the Almighty give them the strength to bear this. I also pray for the speedy recovery of the injured.
ଓଡ଼ିଶାର…
— Amit Shah (@AmitShah) June 26, 2023
ଏହି ଦୁର୍ଘଟଣାରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।
Comments are closed.