www.samajalive.in
Saturday, December 13, 2025
26.1 C
Bhubaneswar

ଆହୁରି ଛେଚିବ ବର୍ଷା : ୯ ଜିଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ବର: ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା । ବିଶେଷକରି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ଅନୁଗୁଳ ଓ ବୌଦ୍ଧ ଜିଲାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆଜି ପ୍ରବଳ ବର୍ଷା ପାଇଁ ୯ ଜିଲାକୁ ଅରେଞ୍ଜ ଓ ୧୧ ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, କଟକ, ଦେବଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୧୧ ଜିଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ତତ୍‌କାଳ ମୁକାବିଲା ପାଇଁ ଜିଲା ପ୍ରଶାସନକୁ ନିର୍ଦେଶ ଦିଆଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories