www.samajalive.in
Saturday, December 13, 2025
26.1 C
Bhubaneswar

ଅନ୍ତର୍ଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ନିରୋଧ ଦିବସ

କାମାକ୍ଷାନଗର : ଓଡିଶା ବାଟାଲିୟନ ଏନ ସି ସି, ଢେଙ୍କାନାଳ ୧ ୨ର ମାର୍ଗଦର୍ଶନରେ ସାରଙ୍ଗଧର ଉଚ୍ଚ ବିଦ୍ୟାଳୟ, କାମାକ୍ଷାନଗରର ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ତରଫରୁ ବିଭିନ୍ନ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । “ନିଶା ମୁକ୍ତ ଭାରତ” ଗଠନ ପରିପ୍ରେକ୍ଷୀରେ ଜୁନ ୧୨ ରୁ ୨୬ ପର୍ୟ୍ୟନ୍ତ ନିଶା ନିବାରଣ ପକ୍ଷ ପାଳନ କରାଯାଇଛି । ଆଜିର ଏ କାର୍ୟ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗବନ୍ଧୁ ଜେନା ଆଲୋଚନା ଚକ୍ରର ସଭାପତିତ୍ୱ କରି ଆଜି ଦିବସର ମହତ୍ୱ ଉପରେ ଆଲୋକପାତ କରିଥିଲେ। ଉପସ୍ଥିତ କ୍ୟାଡଟ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ “ନିଶା ଛାଡ଼ ଜୀବନ ଗଢ଼” ର ଶପଥ ପାଠ କରାଯାଇଅଛି।  ପରେ ପରେ କ୍ୟାଡଟ ମାନେ ଶୋଭାଯାତ୍ରାରେ ବାହାରି କାମାକ୍ଷାନଗର ସହର ପରିକ୍ରମା କରି ନିଶାର କୁପ୍ରଭାବ ଉପରେ ସଚେତନତାର ବାର୍ତ୍ତା ବାଣ୍ଟିଥିଲେ। ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ ଅଧିକାରୀ ଦୁର୍ୟ୍ୟୋଧନ ସାହୁ କାର୍ୟ୍ୟକ୍ରମର ପରିଚାଳନା କରିଥିବା ବେଳେ କ୍ରୀଡା ଶିକ୍ଷକ ପ୍ରତାପ କୁମାର ସାମନ୍ତ, ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ତଥା କର୍ମଚାରୀ ବୃନ୍ଦ ସହାୟତା ପ୍ରଦାନ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories