www.samajalive.in
Saturday, December 13, 2025
26.1 C
Bhubaneswar

ମହଙ୍ଗା ପଡ଼ିଲା ଆୟ ବହିର୍ଭୂତ ସମ୍ପତ୍ତି ଠୁଳ : ଚାକିରିରୁ ବିଦାହେଲେ ପ୍ରଶାନ୍ତ ରାଉତ

ଭୁବନେଶ୍ବର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଥିଲେ କୋଟିପତି ଓଏଏସ୍‌ ଅଫିସର ତଥା ନବରଙ୍ଗପୁରର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ କୁମାର ରାଉତ। ଆୟ ଠାରୁ ଅଧିକ ସମ୍ପତ୍ତି ଠୁଳ କରିବା ତାଙ୍କ ପାଇଁ ମହଙ୍ଗା ପଡ଼ିଲା। ଆଉ ଶେଷରେ ଏହି କାରଣ ପାଇଁ ତାଙ୍କୁ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଦୁଇ ଦିନ ତଳେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଶାନ୍ତଙ୍କ ଗିରଫ କରିଥିଲା ଭିଜିଲାନ୍ସ। ପ୍ରଶାନ୍ତ ତାଙ୍କ ଆୟ ଠାରୁ ୫୦୬% ଅଧିକ ସଂପତ୍ତି ଠୁଳ କରିଛନ୍ତି ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଥିଲା। ୨୩ ତାରିଖରେ ଭିଜିଲାନ୍ସ ପ୍ରଶାନ୍ତଙ୍କ ଘରେ ରେଡ୍ ବେଳେ ତାଙ୍କ ଘରୁ କେବଳ ୩ କୋଟି ୨ଲକ୍ଷ ୩୦ହଜାର ୮୦୦ଟଙ୍କାର ନଗଦ ଜବତ କରିଥିଲା। ପ୍ରାଶାନ୍ତ ରାଉତଙ୍କର ଭୁବନେଶ୍ୱରର କାନନ ବିହାର ଅଞ୍ଚଳରେ ଏକ ଦୁଇ ମହଲା କୋଠା, କଟକ ଓ ଭୁବନେଶ୍ୱରର ପ୍ରମୁଖ ସ୍ଥାନରେ ୪ଟି ମୂଲ୍ୟବାନ ପ୍ଲଟ୍ ଓ ଉମରକୋଟରେ ଗୋଟିଏ ବେନାମୀ ପ୍ଲଟ୍ ରହିଛି। ଭିଜିଲାନ୍ସ ସୂଚନା ଅନୁସାରେ ପ୍ରଶାନ୍ତ ୨୦୧୮ ମସିହାରେ ବିଶ୍ରା ବ୍ଲକ ବିଡିଓ ଥିବାବେଳେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ି ଗିରଫ ହୋଇଥିଲେ । ୨୦୧୮ ନଭେମ୍ବର ୬ରେ ପ୍ରଶାନ୍ତଙ୍କୁ ଚାକିରିରୁ ନିଲମ୍ବିତ ହେବାକୁ ପଡ଼ିଥିଲା। ଏତେ ସବୁ ପରେ ବି ଚେତି ନ ଥିଲେ ବାବୁ ପ୍ରଶାନ୍ତ। ୨୦୨୦ ଜାନୁୟାରୀ ୧୮ରେ ନିଲମ୍ବନ ତାଙ୍କ ଉପରୁ ହଟିଥିଲା। ସେ ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ଭାବେ ପୁନଃ ଅବସ୍ଥାପିତ ହୋଇଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories