www.samajalive.in
Sunday, December 7, 2025
26.1 C
Bhubaneswar

କେନ୍ଦୁଝର ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର: କେନ୍ଦୁଝର ଜିଲା ଷଠୀଘରଠାରେ ହୋଇଥିବା ଟ୍ରକ୍‌ ଦୁର୍ଘଟଣାରେ ୫ ଜଣ ଲୋକଙ୍କ ମୃତ୍ୟୁ ଘଟିବା ସହ ୭ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି। ଅପରପକ୍ଷେ, ଦୁର୍ଘଟଣାରେ ଆହତମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories