ବାହାନଗା ରେଳ ଦୁର୍ଘଟଣା; ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣଙ୍କ ମୃତ୍ୟୁ
କଟକ: ବାହାନଗା ରେଳ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସାଧୀନ ଥିବା ଆଉ ଜଣଙ୍କର ଗୁରୁବାର ମୃତ୍ୟୁ ଘଟିଛି। ମୃତକ ବିହାରର ମନୀଷ କୁମାର(୨୪) ବୋଲି ଜଣାପଡ଼ିଛି। ସେ ଏସସିବିରେ ସେଣ୍ଟ୍ରାଲ ଆଇସିୟୁରେ ଚିକିତ୍ସିତ ହେଉଥିଲେ। ଦୁର୍ଘଟଣାରେ ଗୁରୁତର ଭାବେ ଆହତ ହୋଇ ଗତ ୩ ତାରିଖରେ ସେ ଏସସିବିରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା। ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଏସସିବିରେ ଚିକିତ୍ସିତ ୫ ଜଣ ଆହତଙ୍କ ମୃତ୍ୟୁ ଘଟିଛି। ଏଥିସହ ବାହାନଗା ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୯୩କୁ ବୃଦ୍ଧି ପାଇଛି।
Comments are closed.