www.samajalive.in
Sunday, December 7, 2025
16.1 C
Bhubaneswar

ଶୁକ୍ରବାର ରାଶିଫଳ (ଜୁନ ୩୦)

ମେଷ: କର୍ମକ୍ଷେତ୍ରରୁ ସଫଳତା ମିଳିବ। ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ପତ୍ନୀଙ୍କ ଉପଦେଶ ଗ୍ରହଣଯୋଗ୍ୟ ହେବ। ଧୈର୍ଯ୍ୟବାନ୍‌ ହେବେ।
ବୃଷ: ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁ ବିନାଶ କରିବା ସହ ମାନସିକ ଶାନ୍ତି ଫେରିପାଇବେ। ଋଣ ପରିଶୋଧ କରି ଆଶ୍ବସ୍ତ ହେବେ। କାର୍ଯ୍ୟବ୍ୟସ୍ତତା ଆପଣଙ୍କୁ ନିରୁତ୍ସାହିତ ପରିବର୍ତ୍ତେ ଉତ୍ସାହିତ କରିପାରେ। ଅର୍ଥାଗମ ହେବ।
ମିଥୁନ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। ଭିନ୍ନ ଭିନ୍ନ କ୍ଷେତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଆଦର୍ଶ ବ୍ୟକ୍ତିତ୍ବସମ୍ପନ୍ନ ହୋଇପାରନ୍ତି। ଚଞ୍ଚଳମନା ହେବେ।
କର୍କଟ: ପରିଶ୍ରମ କଷ୍ଟଦାୟକ ହେଲେ ବି ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଖୁବ୍‌ଶୀଘ୍ର ଉପୁଜିଥିବା ସମସ୍ୟାର ସମାଧାନ ହେବ। ଯାନବାହନ ସୁଖ ମିଳିପାରେ।
ସିଂହ: ସକଳ ଗୁଣର ଆଧାର ହେବେ। ସୁଖୀ ହେବେ। କାବ୍ୟ ଶାସ୍ତ୍ରାନୁରକ୍ତ ହେବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖା ଦେବ। ଠାକୁରଙ୍କ ଦର୍ଶନ ଲାଭକରି ଆତ୍ମତୃପ୍ତି ଲାଭ କରିବେ। ଅଶାନ୍ତି ଦୂର ହେବ।
କନ୍ୟା: ବିବିଧ ଧନଯୁକ୍ତ ହୋଇପାରନ୍ତି। ତ୍ୟାଗପୂତ ମନୋବୃତ୍ତିର ହୋଇପାରନ୍ତି। ମତିଜ୍ଞ ହେବେ। ଅତି ସୁଖୀ ଓ କୀର୍ତ୍ତିମାନ୍‌ ହେବେ। ଆପଣଙ୍କ ସହିଷ୍ଣୁ ଭାବ ଜନସାଧାରଣଙ୍କୁ ବିମୋହିତ କରିପାରେ। ସୁଖୀ ଓ ସୁସ୍ଥ ରହିବେ।
ତୁଳା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ରୋଜଗାର ଆଶାନୁରୂପ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ।
ବିଛା: ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜିପାରନ୍ତି। କାର୍ଯ୍ୟରେ ବିଘ୍ନ ଉପୁଜିବାର ସମ୍ଭାବନା ଅଛି। ମଧୁର ଭାଷା ପ୍ରୟୋଗ କରି ବିରୋଧୀଙ୍କୁ ବଶ କରିପାରନ୍ତି। ଅତ୍ୟାବଶ୍ୟକ ଦ୍ରବ୍ୟ କିଣିପାରନ୍ତି।
ଧନୁ: ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ନାନାବିଧ ସମ୍ମାନର ଅଧିକାରୀ ହେବେ। ମନ ପ୍ରସନ୍ନ ରହିବ।
ମକର: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ସରକାରୀ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଗୃହ ପରିବେଶ ଉତ୍ତମ ମାନର ହେବ। କୀର୍ତ୍ତିମାନ୍‌ ହେବେ। ବହୁବିଧ ଧନ ପ୍ରାପ୍ତିର ସୂଚନା ମିଳୁଛି। ଶାସ୍ତ୍ରଜ୍ଞ ହେବେ।
କୁମ୍ଭ: କାର୍ଯ୍ୟର ସଫଳ ରୂପାୟନ ଓ ମିଳିଥିବା କ୍ଷମତାର ସଦୁପଯୋଗ କରି ପ୍ରଶଂସାର ପାତ୍ର ହେବେ। ପରୋପକାର ଓ ସେବାକୁ ଜୀବନର ବ୍ରତଭାବେ ଗ୍ରହଣ କରିପାରନ୍ତି। ଅର୍ଥାଗମର ସୂଚନା ମିଳୁଛି।
ମୀନ: କୌଣସି କାର୍ଯ୍ୟ ତରବର ହୋଇ ନିଷ୍ପତ୍ତି ନେଲେ ସୁଫଳ ମିଳିବା କଷ୍ଟସାଧ୍ୟ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଆର୍ଥିକ ସ୍ଥିତି ଦୁର୍ବଳ ହୋଇପାରେ। ଯାନବାହନ ଚଳାଚଳରେ ସତର୍କ ରହିବେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories