www.samajalive.in
Saturday, December 13, 2025
26.1 C
Bhubaneswar

ସାଂଘାଇ ସହଯୋଗ ସଂଗଠନ ବୈଠକରେ ଯୋଗ ଦେବେ ଜିନ୍‌ପିଙ୍ଗ

ବେଜିଂ : ଜୁଲାଇ ୪ରେ ହେବାକୁ ଥିବା ଏସସିଓ (ସାଂଘାଇ ସହଯୋଗ ସଂଗଠନ) ବୈଠକରେ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଜିନପିଙ୍ଗ ଏହି ବୈଠକରେ ଆଭାସୀ ମାଧ୍ୟମରେ ଯୋଗଦେବେ ବୋଲି ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ରାଷ୍ଟ୍ରପତି ସି ଜିନପିଙ୍ଗ ୨୩ତମ ଏସସିଓ କାଉନସିଲ ଅଫ ହେଡସ ଅଫ ବୈଠକରେ ଆଭାସୀ (ଭିଡିଓ କନଫରେନ୍ସିଂ) ମାଧ୍ୟମରେ ଯୋଗଦେବେ। ସୂଚନାଯୋଗ୍ୟ ଯେ, ଭାରତ ଏବଂ ଚୀନ୍‌ ମଧ୍ୟରେ ସୀମା ବିବାଦ ହେତୁ ଦୁଇ ରାଷ୍ଟ୍ର ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେଇଛି। ତେବେ ବୈଠକରେ ଦୁଇ ରାଷ୍ଟ୍ର ମଧ୍ୟରେ ସମ୍ପର୍କରେ ସୁଧାର ଆସିବାର ସମ୍ଭାବନା ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories