www.samajalive.in
Thursday, December 11, 2025
14.1 C
Bhubaneswar

ଇସ୍ତଫା ଦେବେ ମଣିପୁର ମୁଖ୍ୟମନ୍ତ୍ରୀ !

ଇମ୍ଫାଲ୍‌: ଗୁରୁବାର ମଣିପୁରରେ ଘଟିଥିବା ହିଂସାକାଣ୍ଡରେ ନିରାପତ୍ତା ବଳ ଓ ସନ୍ଦିଗ୍ଧ ଦଙ୍ଗାକାରୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଏଥିରେ କେନ୍ଦ୍ର ସରକାର ହସ୍ତକ୍ଷେପ କରନ୍ତୁ ପ୍ରତିବାଦକାରୀ ଓ ରାଜନୈତିକ ଦଳ ଦାବି କରିଆସୁଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂହ ଇସ୍ତଫା ଦେଇ ପାରନ୍ତି ବୋଲି ପ୍ରକାଶିତ ରିପୋର୍ଟରୁ ଜଣାପଡ଼ିଛି। ଆଜି ଅପରାହ୍ଣ ୩ଟା ବେଳେ ସେ ମଣିପୁରର ରାଜ୍ୟପାଳ ଅନସୂୟା ୱିକେଙ୍କୁ ଭେଟି ଇସ୍ତଫା ପତ୍ର ଦେବେ ବୋଲି ଜଣାପଡ଼ିଛି। ପ୍ରକାଶିତ ରିପୋର୍ଟ ଅନୁସାରେ, ଇସ୍ତଫା ଦିଅନ୍ତୁ ନଚେତ କେନ୍ଦ୍ର ହସ୍ତକ୍ଷେପ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିବ ବୋଲି ମୁଖ୍ୟମନ୍ତ୍ରୀ ବୀରେନ୍‌ ସିଂହଙ୍କୁ ବିକଳ୍ପ ଦିଆଯାଇଥିଲା।

Hot this week

ବହୁତ ଶସ୍ତାରେ ବୁଲନ୍ତୁ ୪ଟି ସୁନ୍ଦର ସ୍ଥାନ; ମାତ୍ର ୨୦ହଜାରରେ ୪ଦିନ ବୁଲି ଆସନ୍ତୁ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷରେ କୁଆଡେ ବୁଲିବାକୁ ଯୋଜନା କରୁଛନ୍ତି...

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

Related Articles

Popular Categories