www.samajalive.in
Monday, December 15, 2025
26.1 C
Bhubaneswar

ମହାପ୍ରଭୁଙ୍କ ’ଅଧରପଣା’ ନୀତି ସମ୍ପନ୍ନ : ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ଭିଡ଼, ଶ୍ରୀକ୍ଷେତ୍ରରେ ଭକ୍ତିମୟ ପରିବେଶ

ପୁରୀ:ନବଦିନାତ୍ମକ ଯାତ୍ରା ଶେ​‌ଷ କରି ମହାପ୍ରଭୁ ବାହୁଡି ଆସିଛନ୍ତି। ସିଂହଦ୍ବାରା ନିକଟରେ ସୁନାବେଶରେ ରଥ ଉପରୁ ସାଧାରଣ ଭକ୍ତଙ୍କୁ ଦର୍ଶନ ଦେଇ ସାରିଛନ୍ତି ମହାପ୍ରଭୁ। ଆଜି ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଅଧରପଣା ଭୋଗ କରାଯାଇଛି। ମଧ୍ୟାହ୍ନଧୂପ ପରେ ଶ୍ରୀଜୀଉଙ୍କ ଅଧର ଉଚ୍ଚ ପର୍ଯ୍ୟନ୍ତ ତିନୋଟି ଲେଖାଏଁ ମାଟିହାଣ୍ଡି ତିନିରଥରେ ରଖାଯାଇଥିଲା। ମହାସୁଆର ସେବକ ସେଥିରେ କ୍ଷୀର, ସର, ଛାଚି, କଦଳୀ, ଛେନା, ଗୋଲମରିଚଗୁଣ୍ଡ, କର୍ପୂର ଏବଂ ଜାଇଫଳ ପକାଇଥିଲେ। ପାଣିଆ ଆପଟଙ୍କ ଦ୍ୱାରା ଛାଉଣିମଠ କୂଅରୁ ଗରାରେ ପାଣି ଅଣାଯାଇ ଅଧରହାଣ୍ଡିରେ ଯୋଗାଯାଇଥିଲା। ମହାସୁଆର ଅଧରପଣା ପ୍ରସ୍ତୁତ କରିଥିଲେ। ପତ୍ରିବଡୁ, ସୁଆରବଡୁ ଓ ଗରାବଡୁ ପୂଜା ପାଠ କରିଥିଲେ। ପୂଜାପଣ୍ଡା ସେବକଙ୍କ ଦ୍ୱାରା ପଞ୍ଚୋପଚାରରେ ମହାପ୍ରଭୁଙ୍କୁ ପଣାଭୋଗ କରାଯାଇଥିଲା।

ଳୀଳାମୟ ମହାପ୍ରଭୁଙ୍କ ବିଚିତ୍ର ଲୀଳା। କୋଟି ବ୍ରହ୍ମାଣ୍ଡର ମଉଡମଣି, ଭାବ ବିନୋଦିଆ କାଳିଆ ଠାକୁର ଲୀଳା ଲଗାଇ ବଡ଼ ଦେଉଳରୁ ଆସିଥିଲେ। ଦିନକ ପରେ ପୁଣି ରତ୍ନ ସିଂହାସନକୁ ବିଜେ କରିବେ । ଘୋଷଯାତ୍ରାର ଶେଷ ପର୍ଯ୍ୟାୟରେ ଶୁକ୍ରବାର ସିଂହଦ୍ବାର ସମ୍ମୁଖରେ ରଥ ଉପରେ ’ଅଧରପଣା’ ନୀତି ଶେଷ ହୋଇଛି । ତିନି ଠାକୁରଙ୍କ ନିକଟରେ ଅଧର ଉଚ୍ଚାର ୯ଟି ମାଟି ହାଣ୍ଡିରେ ଅଧରପଣା ଲାଗି ହୋଇଛି । ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶାଇ ଏହି ସ୍ୱତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥିଲା। ପରେ ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ, ସେବକ ତିନି ରଥରେ ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଅଧରପଣା ହାଣ୍ଡିକୁ ଭଙ୍ଗାଯାଇଥିଲା।

- Advertisement -

ଶ୍ରୀକ୍ଷେତ୍ରରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପରେ ଚଣ୍ଡି, ଚାମଣ୍ଡା, ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗା ଯିବାର ପରମ୍ପରାକୁ ନିଷ୍ଠାର ସହିତ ପାଳନ କରାଯାଇଛି। ରଥର ପାର୍ଶ୍ବ ଦେବାଦେବୀଙ୍କ ସମେତ ମହାପ୍ରଭୁଙ୍କ ଭୋଗ ପାଇବା ପଇଁ ଚଣ୍ଡୀ, ଚାମୁଣ୍ଡା ଉଦ୍ଦେଶ୍ୟରେ ଅଧରହାଣ୍ଡି ଭଙ୍ଗାଯାଇ ସେମାନଙ୍କୁ ପଣା ଉତ୍ସର୍ଗ କରାଯାଇଛି। ରଥ ଉପରେ ଅନୁଷ୍ଠିତ ହେଉଥିବା ଏହି ନୀତି ଦେଖିବା ପାଇଁ ବଡ଼ଦାଣ୍ଡରେ ଶ୍ରଦ୍ଧାଳୁ ଓ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲ୍ଲକ୍ଷିତ ହୋଇଛି ।

 

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories