www.samajalive.in
Monday, December 8, 2025
27.1 C
Bhubaneswar

ଆଜି ଏସସିଓର ଆଭାସୀ ବୈଠକ : ଚୀନ୍‌, ରୁଷିଆ ରାଷ୍ଟ୍ରପତିଙ୍କ ସମେତ ପାକ୍‌ ପ୍ରଧାନମନ୍ତ୍ରୀ ଯୋଗ ଦେବେ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାଂଘାଇ ସହଯୋଗ ସଂଗଠନ (ଏସସିଓ)ର ଶିଖର ସମ୍ମିଳନୀ ଆୟୋଜନ କରିବେ। ତେବେ ଏହି ବୈଠକ ଆଭାସୀ ମାଧ୍ୟମରେ କରାଯିବ ବୋଲି ସୂଚନା ମିଳିଛି। ବୈଠକରେ ଚୀନ୍‌ ରାଷ୍ଟ୍ରପତି ସି ଜିନପିଙ୍ଗ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ଶରିଫଙ୍କ ସମେତ ଅନ୍ୟ ସଦସ୍ୟ ରାଷ୍ଟ୍ରର ପ୍ରତିନିଧିମାନେ ସାମିଲ ହେବାର କାର୍ଯ୍ୟସୂଚୀ ରହିଛି। ଭାରତର ଅଧ୍ୟକ୍ଷତାରେ ଅନୁଷ୍ଠିତ ଏସସିଓ ଶିଖର ବୈଠକରେ ମଧ୍ୟ ଇରାନକୁ ଏକ ନୂତନ ସ୍ଥାୟୀ ସଦସ୍ୟ ଭାବରେ ସ୍ବାଗତ କରିବାକୁ ଯାଉଛି। ପୂର୍ବ ଲଦାଖ ସୀମାରେ ଭାରତୀୟ ଏବଂ ଚୀନ୍‌ ସୈନ୍ୟ ମଧ୍ୟରେ ୩ ବର୍ଷରୁ ଅଧିକ ସମୟ ଧରି ଚାଲିଥିବା ବିବାଦ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତର ଦୁଇ ସପ୍ତାହ ପରେ ଏହି ସମ୍ମିଳନୀ ଅନୁଷ୍ଠିତ ହେଉଛି। ଇରାନ୍‌, ବେଲାରସ୍‌, ମଙ୍ଗୋଲିଆକୁ ମଧ୍ୟ ଏଥିରେ ସାମିଲ ହେବାକୁ ନିୟନ୍ତ୍ରଣ କରାଯାଇଛି।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories