www.samajalive.in
Friday, December 5, 2025
20.1 C
Bhubaneswar

ମାନହାନି ମାମଲାରେ ରାହୁଲଙ୍କୁ ଆଶ୍ବସ୍ତି

ରାଞ୍ଚି: ମାନହାନି ମାମଲାକୁ ନେଇ ଅଡ଼ୁଆରେ ଫସିଥିବା ରାହୁଲ ଗାନ୍ଧୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି। ମଙ୍ଗଳବାର ହାଇକୋର୍ଟ ରାହୁଲ ଗାନ୍ଧୀଙ୍କ ବିରୋଧରେ କୌଣସି ପ୍ରକାର ଦଣ୍ଡବିଧାନ କରିବା ଉପରେ ସାମୟିକ ଭାବେ ରହିତାଦେଶ ଜାରି କରିଛନ୍ତି। ଅଗଷ୍ଟ ୧୬ରେ ହାଇକୋର୍ଟ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରିବେ। ଏଠାରେ ସୂଚନାଯୋଗ୍ୟ, ରାହୁଲ ଗାନ୍ଧୀ ୨୦୧୯ରେ କର୍ଣ୍ଣାଟକରେ ଆୟୋଜିତ ଏକ ଜନସଭାରେ ନିଜର ଏକ ବୟାନରେ କହିଥିଲେ, ‘ସବୁ ଚୋରଙ୍କ ସାଙ୍ଗିଆ ମୋଦୀ କାହିଁକି ?’ ରାହୁଲଙ୍କ ଏହି ମନ୍ତବ୍ୟ ତାଙ୍କୁ ମହଙ୍ଗା ପଡ଼ିଥିଲା ଏବଂ ତାଙ୍କ ବିରୋଧରେ ଦେଶର ଭିନ୍ନ ଭିନ୍ନ ସ୍ଥାନରେ ମାନହାନି ମୋକଦ୍ଦମା ରୁଜୁ ହୋଇଥିଲା।

ରାହୁଲ ଗାନ୍ଧୀଙ୍କ ବିରୋଧରେ ମାନହାନି ମାମଲା ଉପରେ ଝାଡ଼ଖଣ୍ଡ ହାଇକୋର୍ଟର ଜଷ୍ଟିସ ସଞ୍ଜୟ କୁମାର ଦ୍ୱିବେଦୀଙ୍କ ଅଦାଲତରେ ଶୁଣାଣି ହୋଇଥିଲା। ଶୁଣାଣି ସମୟରେ ସମସ୍ତ ପକ୍ଷଙ୍କୁ ଶୁଣିବା ପରେ ଅଦାଲତ ଆବେଦନକାରୀ ପ୍ରଦୀପ ମୋଦୀଙ୍କୁ ଉତ୍ତର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଅଦାଲତ ରାହୁଲ ଗାନ୍ଧୀଙ୍କୁ ଆଶ୍ବସ୍ତି ଦେବା ପୂର୍ବକ ଆଗାମୀ ଶୁଣାଣି ପର୍ଯ୍ୟନ୍ତ ତାଙ୍କ ବିରୋଧରେ କୌଣସି ପ୍ରକାର ଦଣ୍ଡାତ୍ମକ କାର୍ଯ୍ୟାନୁଷ୍ଠାନ ଉପରେ ରହିତାଦେଶ ଜାରି କରିଛନ୍ତି।

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories