www.samajalive.in
Sunday, December 14, 2025
19.1 C
Bhubaneswar

ଲାଞ୍ଚ ନେଇ ଧରାପଡିଲେ ରାଜସ୍ୱ ନିରୀକ୍ଷକ

ମାଲକାନଗିରି : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ଧରାପଡିଲେ ରାଜସ୍ୱ ନିରୀକ୍ଷକ । ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ସିଂଧରିମାଳ ସର୍କଲର ରାଜସ୍ୱ ନିରକ୍ଷକ ସୀମାଞ୍ଚଳ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଥିବା ଜଣାପଡିଛି । ସୂଚନା ଅନୁଯାୟୀ ମାଲକାନଗିରି ଜିଲ୍ଲାରେ ନିର୍ମାଣଧିନ ଏୟାରପୋର୍ଟରେ ଜମି ହରା ବ୍ୟକ୍ତିଙ୍କୁ ସରକାରଙ୍କ ପକ୍ଷରୁ ୭.୪୪ ଲକ୍ଷ ଟଙ୍କା କ୍ଷତି ପୂରଣ ଦିଆଯିବାକୁ ଥିବାବେଳେ ଏହି ଟଙ୍କା ଦେବା ପାଇଁ ରାଜସ୍ୱ ନିରୀକ୍ଷକ ଜଣଙ୍କ ୨୫୦୦୦ ଟଙ୍କା ଲାଞ୍ଚ ନେଉଥିଲେ । ଏହି ସମୟରେ ଭିଜିଲାନ୍ସର ଏକ ଟିମ ଶ୍ରୀ ସାହୁଙ୍କୁ କାବୁ କରିବା ସହ ତଦନ୍ତ ଜାରି ରଖିଛି । ଗୌଡଗୁଡା ପଞ୍ଚାୟତରେ ଲାଞ୍ଚ ନେବା ବେଳେ ଏହି ଚଢାଉ ହୋଇଛି ।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories