www.samajalive.in
Monday, December 8, 2025
16.1 C
Bhubaneswar

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ : ମୁଖ୍ୟ ପ୍ରଶାସକଙ୍କ ସମେତ ୪ ଜଣଙ୍କୁ ଉଚ୍ଚନ୍ୟାୟାଳୟଙ୍କ ନୋଟିସ

ପୁରୀ : ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଜବାବ ରଖିବା ପାଇଁ  ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ, ମୁଖ୍ୟ ପ୍ରଶାସକ, ଏଏସ୍ଆଇ ଡିଜି ଓ ଏଏସ୍ଆଇ ଅଧୀକ୍ଷକଙ୍କୁ ନୋଟିସ କରିଛନ୍ତି ଉଚ୍ଚନ୍ୟାୟାଳୟ। ସୂଚନା ଅନୁସାରେ, ବିଜେପି ନେତା ସମୀର ମହାନ୍ତିଙ୍କ ଆବେଦନ ଆଧାରରେ ଏହି ନୋଟିସ ଜାରି କରାଯାଇଛି । ଅଗଷ୍ଟ ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆଜି ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ହାଇକୋର୍ଟରେ ଶୁଣାଣି ହୋଇଥିଲା। ରତ୍ନ ଭଣ୍ଡାର ଖୋଲିବା, ତା’ର ମରାମତି କରିବା ଓ ଅଳଙ୍କାର ଗଣତି ପାଇଁ ପିଟିସନ ଦାଖଲ କରିଥିଲେ ରାଜ୍ୟ ବିଜେପିର ପୂର୍ବତନ ସଭାପତି ସମୀର ମହାନ୍ତି। ଏଥିରେ ମୁଖ୍ୟ ଶାସନ ସଚିବ, ପୁରୀ ଗଜପତି ମହାରାଜା, ଗୃହସଚିବ, ପୁରୀ ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ, ଆଇନ ସଚିବ, ପୁରୀ ଜିଲାପାଳ, ଏଏସ୍‌ଆଇ, ସିବିଆଇ ନିର୍ଦେଶକଙ୍କୁ ପକ୍ଷଭୁକ୍ତ କରାଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories