www.samajalive.in
Saturday, December 13, 2025
26.1 C
Bhubaneswar

୧୧ ବାଘ ଶିକାରୀ ଗିରଫ: ବାଘ ଛାଲ, ନଖ ଓ ମାଂସ ଜବତ

ବାଲିଗୁଡ଼ା: ଜଙ୍ଗଲରେ କଲରାପତରିଆ ବାଘ ଶିକାର କରି ଛାଲ, ନଖ ବାହାରକରି ମାଂସ ଭାଗ ବାଣ୍ଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ । ଏଭଳି ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ରାଇକିଆ ବନାଞ୍ଚଳର ବାରବା ସେକ୍ସନର ବାଦଗଡ଼ ଜଙ୍ଗଲରେ । ବାଘ ଛାଲ, ନଖ ଓ କିଛି ମାଂସ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୧୧ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ସୂଚନା ପ୍ରକାରେ, ବାଦଗଡ଼ ଜଙ୍ଗଲରେ ଜଣେ ବ୍ୟକ୍ତିଙ୍କୁ ବାଘ ଆକ୍ରମଣ କରିଥିବା ଘଟଣା ଗତ ୩ ତାରିଖରେ ବନବିଭାଗ ଜାଣିବା ପରେ ସମ୍ପୃକ୍ତ ଅଞ୍ଚଳରେ ବନ ବିଭାଗ ପକ୍ଷରୁ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା । ଏଭଳି ସ୍ଥିତିରେ ଗତକାଲି ବିଳମ୍ବିତ ରାତିରେ ବାଦଗଡ଼ ଜଙ୍ଗଲରେ ବାଦଗଡ଼ ଗ୍ରାମର ୧୧ ଜଣ ବ୍ୟକ୍ତି ଜଙ୍ଗଲରେ ଏକ କଲରା ପତରିଆ ବାଘ ଶିକାର କରିବା ପରେ ବାଘର ଛାଲ ଏବଂ ନଖ ବାହାର କରି ମାଂସ ଭାଗ ବାଣ୍ଟିଥିଲେ । ବିଶ୍ବସ୍ତ ସୂତ୍ରରୁ ଖବରପାଇ ବାରବା ଏବଂ ରାଇକିଆ ବନବିଭାଗ ମିଳିତ ଭାବେ ଜଙ୍ଗଲରେ ଚଢ଼ାଉ କରିଥିବାବେଳେ ଘଟଣାସ୍ଥଳରୁ ୧୧ ଜଣ ଅଭିଯୁକ୍ତଙ୍କୁ କାବୁ କରିବାରେ ସକ୍ଷମ ହୋଇଥିଲେ । ଆଜି ଫୁଲବାଣୀ ଡିଏଫ୍ଓ ପ୍ରଶାନ୍ତ ପଟେଲ୍ ଓ ଏସଟିଏଫ୍ ଟିମ୍ ରାଇକିଆ ବନାଞ୍ଚଳ କାର୍ଯ୍ୟାଳୟରେ ପହଞ୍ଚି ଯାଞ୍ଚ କରିବା ପରେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories