www.samajalive.in
Tuesday, December 9, 2025
15.1 C
Bhubaneswar

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ

ଭୁବନେଶ୍ବର : ମଙ୍ଗଳବାର ସୃଷ୍ଟ ଘୂର୍ଣ୍ଣିବଳୟ ବୁଧବାର ଉତ୍ତର ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହିତ ମୌସୁମୀ ନିମ୍ନ ଚାପରେଖା ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ ଏବଂ ଗଞ୍ଜାମର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଦକ୍ଷିଣ, ପଶ୍ଚିମ, ଉପକୂଳ ଏବଂ ଆଭ୍ୟନ୍ତରୀଣ ଜିଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ପାରାଦ୍ବୀପ ଡପ୍ଲର ରାଡ଼ାରରୁ ମିଳୁଥିବା ତଥ୍ୟାନୁଯାୟୀ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସମୁଦ୍ରରୁ ଉପକୂଳ ଆଡକୁ ମେଘ ସମୂହ ଅଗ୍ରସର ହେଉଛି। ଏହାର ପ୍ରଭାବରେ ବାଲେଶ୍ବର, ଚାନ୍ଦବାଲି, କଟକ, ଭୁବନେଶ୍ବର, ବାରିପଦା, ଭବାନୀପାଟଣା, ନୟାଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ବ୍ରହ୍ମପୁର ଏବଂ ପୁରୀ ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବରଗଡ଼, ସମ୍ବଲପୁର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର ଏବଂ କଟକରେ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ଚଳିତ ମୌସୁମୀ ଋତୁରେ ଜୁନ ୧ରୁ ଜୁଲାଇ ୫ ମଧ୍ୟରେ ରାଜ୍ୟରେ ୧୭୬.୫ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୨୫୫.୮ମିମି ତୁଳନାରେ ୩୧ ପ୍ରତିଶତ କମ୍‌ ରହିଛି। ଏହି ସମୟ ମଧ୍ୟରେ ଦେବଗଡରେ ସର୍ବାଧିକ ବର୍ଷା ୩୩୧.୮ମିମି ବର୍ଷା ରେକର୍ଡ ହୋଇଛି, ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୩୧% ଅଧିକ। ରାୟଗଡାରେ ସର୍ବନିମ୍ନ ୬୪.୮ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସ୍ୱାଭାବିକ ବର୍ଷା ତୁଳନାରେ ୭୧% କମ୍‌ ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର ଏବଂ ମାଲକାନଗିରିରେ ସ୍ବାଭାବିକ ବର୍ଷା ହୋଇଛି। କଳାହାଣ୍ଡି, କନ୍ଧମାଳ ଏବଂ ରାୟଗଡାରେ ସର୍ବାଧିକ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ଦେବଗଡ଼ ଏବଂ ଢେଙ୍କାନାଳରେ ସ୍ବାଭାବିକରୁ ଅଧିକ ବର୍ଷା ହୋଇଛି। ଦେବଗଡ଼ରେ ସ୍ବାଭାବିକରୁ ୩୭% ଏବଂ ଢେଙ୍କାନାଳରେ ସ୍ବାଭାବିକରୁ ୨୧% ଅଧିକ ବର୍ଷା ହୋଇଛି। ଅବଶିଷ୍ଟ ୨୧ ଜିଲା ଗୁଡ଼ିକରେ ସ୍ବାଭାବିକରୁ କମ, ଅର୍ଥାତ ନିଅଣ୍ଟିଆ ବର୍ଷା ହୋଇଥିବାରୁ ଚାଷ କାର୍ଯ୍ୟ ପ୍ରଭାବିତ ହୋଇଛି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪.୮ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୮.୪ମିମି ତୁଳନାରେ ୪୩ ପ୍ରତିଶତ କମ ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories