www.samajalive.in
Tuesday, December 9, 2025
17.1 C
Bhubaneswar

ଆମ ପୋଖରୀ କାର୍ଯ୍ୟକ୍ରମ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ୧୧୫ଟି ପୌରାଞ୍ଚଳର ୨ ହଜାରଟି ବୃହତ ଜଳାଶୟର କରାଯିବ ନବୀକରଣ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ପୌରାଞ୍ଚଳରେ ‘ଆମ ପୋଖରୀ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ସହରାଞ୍ଚଳ ଗୁଡିକରେ ଥିବା ଅବ୍ୟବହୃତ କିମ୍ବା ପୋତିହୋଇ ଯାଇଥିବା ଜଳାଶୟ ଗୁଡିକର ପୁନରୁଦ୍ଧାର କରାଯିବା ସହ ଏହାକୁ ସ୍ୱଚ୍ଛ ଓ ନିର୍ମଳ କରାଯିବ। ଏହାର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ମଧ୍ୟ କରାଯିବ। ୧୧୫ଟି ପୌରାଞ୍ଚଳର ୨ ହଜାରଟି ବୃହତ ଜଳାଶୟର ନବୀକରଣ କରାଯାଇ ଜନସାଧାରଣଙ୍କ ଅବସର ବିନୋଦନ ପାଇଁ ସ୍ୱାସ୍ଥ୍ୟପ୍ରଦ ସର୍ବସାଧାରଣ ସ୍ଥାନର ବିକାଶ କରାଯିବ। ମିଶନ ଶକ୍ତିର ମହିଳା ଓ କଲେଜରୁ ପାସ୍ କରିଥିବା ଶିକ୍ଷିତ ଯୁବକ ଯୁବତୀମାନେ ସହଭାଗିତାରେ ଏହା କରାଯିବ। ପ୍ରାକୃତିକ ଉପାୟରେ କମ୍ ଖର୍ଚ୍ଚରେ ଉନ୍ନତ ପରିବେଶ ସୃଷ୍ଟି କରାଯିବ।

ଲୋକସେବା ଭବନର ଅଭ୍ୟର୍ଥନା କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ମାନେ ହେଉଛନ୍ତି ଟିମ ୱାର୍କର ମଡେଲ। ଗାଁ ସହର ସବୁଆଡେ ଭଲ କାମ କରୁଛନ୍ତି। ସେମାନଙ୍କ ସଫଳତା ପାଇଁ ‘ମୁଁ ଗର୍ବିତ’ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଯୋଗଦେଇ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ୱାରା ମିଶନ ଶକ୍ତିର ମହିଳାମାନେ ଏବେ ଆମର ଜଳାଶୟଗୁଡିକର ମଧ୍ୟ ରକ୍ଷକ ହୋଇ ତା’ର ଦେଖା ଶୁଣା କରିବେ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆମ ପୋଖରୀ କାର୍ଯ୍ୟକ୍ରମର ମୁଖ୍ୟ ଉପଦେଷ୍ଟା ଆନନ୍ଦ ମଲ୍ଲିଗଭଡଙ୍କୁ ସମ୍ମାନିତ କରିଥିଲେ। ଜଣେ ମେକାନିକାଲ ଇଞ୍ଜିନିୟର ଭାବେ ବୃତ୍ତି ଆରମ୍ଭ କରିଥିବା ଶ୍ରୀ ଆନନ୍ଦ ଜଳାଶୟ ସୁରକ୍ଷା ପାଇଁ ବୃତ୍ତି ପରିତ୍ୟାଗ କରି କାମ ଆରମ୍ଭ କରିଥିଲେ। ଜଳ ସଂରକ୍ଷଣ କ୍ଷେତ୍ରରେ ତାଙ୍କର ଯଥେଷ୍ଟ ଦକ୍ଷତା ଓ ସୁନାମ ରହିଛି। ସାରା ଦେଶରେ ସେ ‘ଲେକ ମ୍ୟାନ’ ‍ଭାବରେ ପରିଚିତ। ଆମ ପୋଖରୀ ପାଇଲଟ୍ ପ୍ରୋଜେକ୍ଟର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର, କଟକ ଓ ବ୍ରହ୍ମପୁରର ମହାନଗର ନିଗମର ଟିମ୍ ଗୁଡିକୁ ମଧ୍ୟ ସମ୍ବର୍ଦ୍ଧନା ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories