ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ

ଭୁବନେଶ୍ୱର: ଓଡ଼ିଶାର ସମସ୍ତ ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରିବା ନିମନ୍ତେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ଆବଶ୍ୟକତା ତଥା ଗୁରୁତ୍ୱ ସଂପର୍କରେ ଶ୍ରୀ ସାହୁ ଆଲୋକପାତ କରିଥିଲେ। ଏ ସଂକ୍ରାନ୍ତୀୟ ଆଇନର କଡ଼ାକଡ଼ି ଅନୁପାଳନ ନିମନ୍ତେ ଶ୍ରମ ଆୟୁକ୍ତ, ଜିଲା ଶ୍ରମ ଅଧିକାରୀ, ପୌର ନିର୍ବାହୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ବୈଠକରେ ୫୩ ହଜାର ୫୩୪ ପଂଜୀକୃତ ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ମଧ୍ୟରୁ ୪୮ ହଜାର ୫୪୭ଟି ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖାଯାଇଥିବା ଏବଂ ୨୭ଟି ଖିଲାପକାରୀ ପ୍ରତିଷ୍ଠାନ ବିରୁଦ୍ଧରେ ଜରିମାନା ଆଦାୟ ସହ ମୋକଦ୍ଦମା କରାଯାଇଥିବା ନେଇ ଶ୍ରମ ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା।
ଏ ପର୍ଯ୍ୟନ୍ତ ୧୭ଟି ଜିଲାରେ ବିଭିନ୍ନ ବାଣିଜି୍ୟକ ସଂଘ ସହିତ ଏ ନେଇ ବୈଠକ କରାଯାଇଥିବାବେଳେ ବାକି ଜିଲ୍ଲାଗୁଡ଼ିକରେ ଓଡ଼ିଆରେ ନାମଫଳକ ଲେଖିବା ସଂକ୍ରାନ୍ତୀୟ ବୈଠକ ଶେଷ କରିବାକୁ ଶ୍ରୀ ସାହୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହ ମହାନଗର ନିଗମ ଅଧିକାରୀମାନଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରାଯାଇ ଓଡ଼ିଆରେ ନାମଲେଖା ନେଇ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଥିଲା । ଏଥି ସହ ପ୍ରତି ୧୫ ଦିନରେ ଶ୍ରମ ଆୟୁକ୍ତଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବଙ୍କୁ ନେଇ ଏହାର ଅଗ୍ରଗତି ସଂପର୍କରେ ସମୀକ୍ଷା କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା । ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାରଙ୍କ ଗେଜେଟ୍‌ ବିଜ୍ଞପ୍ତି ସଂଖ୍ୟା ୮୨୪ ତା. ୩୦/୦୫/୨୦୧୮ ଅନୁସାରେ ସମସ୍ତ ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ଭାଷାରେ ନାମଫଳକ ଲେଖିବା ବାଧ୍ୟତାମୂଳକ କରାଯାଇଥିଲା । ଏଥି ନିମିତ୍ତ ୨୦୧୮ ମସିହାରେ ରାଜ୍ୟର ଶ୍ରମ ଓ ରାଜ୍ୟ କର୍ମଚାରୀ ବିଭାଗ ଦ୍ୱାରା ଓଡ଼ିଶା ଦୋକାନ ଓ ବାଣିଜି୍ୟକ ପ୍ରତିଷ୍ଠାନ ଅଧିନିୟମ ୧୯୫୬ରେ ଆବଶ୍ୟକୀୟ ସଂଶୋଧନ ମଧ୍ୟ କରାଯାଇଥିଲା । ଏହି ନିୟମ ଅନୁଯାୟୀ ଖିଲାପକାରୀଙ୍କୁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ ୭ ଦିନିଆ ନୋଟିସ ଦିଆଯିବା ପରେ ଖିଲାପକାରୀଙ୍କୁ ପ୍ରଥମଥର ୫ ହଜାର ଟଙ୍କା ଓ ଦ୍ୱିତୀୟ ଥର ନିମନ୍ତେ ୨୫ ହଜାର ଟଙ୍କା ଜରିମାନା କରାଯିବାର ବ୍ୟବସ୍ଥା ରହିଛି ।

prayash

ଏହି ଅନ୍ୟମାନଙ୍କ ମଧ୍ୟରେ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ଶାସନ ସଚିବ ଆର୍‌. ସନ୍ଥଗୋପାଳନ୍‌, ଶ୍ରମ ଆୟୁକ୍ତ ଡ. ତିରୁମାଲା ନାୟକ, ଭୁବନେଶ୍ୱର ମହାନଗର ନିଗମର କମିଶନର ବିଜୟ ଅମୃତା କୁଲାଙ୍ଗେ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଶ୍ରୀ ଦିଲିପ ରାଉତରାଏ, ସ୍ୱତନ୍ତ୍ର ଶାସନ ସଚିବ ମଧୁସୂଦନ ଦାସ, ଗୃହ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ଶାସନ ସଚିବ ପ୍ରଭାତ ମହାପାତ୍ରଙ୍କ ସମେତ ଆଭାସୀ ମାଧ୍ୟମରେ ବିଭିନ୍ନ ଜିଲ୍ଲା ଶ୍ରମ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।

kalyan agarbati

Comments are closed.