www.samajalive.in
Monday, December 8, 2025
27.1 C
Bhubaneswar

ବାହାନଗା ରେଳ ଦୁର୍ଘଟଣା : ୩ ଅଭିଯୁକ୍ତଙ୍କୁ ଚାଲିଛି ଜେରା

ଭୁବେନଶ୍ବର: ବାହାନଗା ରେଳ ଦୁର୍ଘଟଣା ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କୁ ଜେରା କରୁଛି ସିବିଆଇ ଟିମ୍ । ଚନ୍ଦକା ଥାନାରେ ସିବିଆଇର ୫ ଜଣିଆ ଟିମ୍ ପଚରାଉଚରା କରୁଛନ୍ତି । ୫ ଦିନିଆ ରିମାଣ୍ଡରେ ଅଛନ୍ତି ୩ ଅଭିଯୁକ୍ତ। ସେକ୍ସନ ଇଞ୍ଜିନିୟର ଅରୁଣ କୁମାର ମହାନ୍ତ, ସେକ୍ସନ ଇଞ୍ଜିନିୟର ମହମ୍ମଦ ଅମିର ଖାନ୍ ଏବଂ ଟେକନିସିଆନ ପପୁ କୁମାରଙ୍କୁ ଗିରଫ କରିଛି ସିବିଆଇ। ସିଆରପିସି ୩୦୪ ଓ ୨୦୧ ଧାରାରେ ସେମାନଙ୍କୁ ଗିରଫ କରାଯାଇଛି। ସେମାନଙ୍କ ବିରୋଧରେ ଗୁରୁତର ଅବହେଳାରୁ ସଙ୍ଗୀନ ଦୁର୍ଘଟଣା ଏବଂ ପ୍ରମାଣ ନଷ୍ଟ କରିଥିବା ଅଭିଯୋଗ ରହିଛି। ସିଗନାଲିଂ ତ୍ରୁଟି ଯୋଗୁଁ ଏଭଳି ଘଟଣା ଘଟିପାରେ ବୋଲି ତିନି ଅଭିଯୁକ୍ତ ପୂର୍ବରୁ ଜାଣିଥିଲେ । ତଥାପି ଏହାର ଠିକ୍ ପରିଚାଳନା କରିବାକୁ ସକ୍ଷମ ହୋଇ ନ ଥିଲେ। ଯାହା ଫଳରେ ଏତେ ବଡ଼ ଦୁର୍ଘଟଣା ଘଟି ଏତେ ଜୀବନ ଅକାରଣରେ ଟଳି ପଡ଼ିଲା।

Hot this week

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ଏମଭି-୨୬ ଗାଁରେ ପୁଲିସ ଛାଉଣୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

Related Articles

Popular Categories