www.samajalive.in
Tuesday, December 9, 2025
16.1 C
Bhubaneswar

ଓପିଏସ୍‌‌ସି କ୍ୟାଡର ପୁର୍ନଗଠନ ପାଇଁ ରାଜ୍ୟ ସରକାର ବିଚାର କରୁଛନ୍ତି : ମୁଖ୍ୟମନ୍ତ୍ରୀ

ଡେସ୍କ :  ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌‌ସି)ର ୭୫ ବର୍ଷ ପୂର୍ତ୍ତି ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ  କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓପିଏସ୍‌‌ସି ୭୫ ବର୍ଷ ମଧ୍ୟରେ ଉଲ୍ଲେଖନୀୟ ଯାତ୍ରା ନିର୍ଦ୍ଧାରିତ କରିଛି । ଏହି ସଂସ୍ଥା ମାଧ୍ୟମରେ ଚୟନ ହେଉଥିବା କର୍ମଚାରୀମାନେ ରାଜ୍ୟର ବିକାଶ ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇ ଆସୁଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ଓପିଏସ୍‌‌ସି ନିଯୁକ୍ତି ପ୍ରକ୍ରିୟାରେ ସ୍ୱଚ୍ଛତା ଅବଲମ୍ବନ କରିବା ସହ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ମାଧ୍ୟମରେ ସଫଳତାର ସହ ନିଯୁକ୍ତି ପ୍ରକ୍ରିୟାଗୁଡ଼ିକୁ ପରିଚାଳନା କରୁଛି। ଓପିଏସ୍‌‌ସି କ୍ୟାଡର ପୁର୍ନଗଠନ ପାଇଁ ରାଜ୍ୟ ସରକାର ବିଚାର କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଓପିଏସ୍‌‌ସିର ଭିତ୍ତିଭୂମି ଆବଶ୍ୟକତାକୁ ପୂରଣ କରିବା ପାଇଁ ୧୪ କୋଟି ବ୍ୟୟରେ ଏହାର ଆଉ ଏକ ଭବନ ନିର୍ମାଣଧୀନ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଓପିଏସ୍‌‌ସିର ଅଧ୍ୟକ୍ଷ ଏବଂ ସମସ୍ତ ସଦସ୍ୟମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories