www.samajalive.in
Friday, December 12, 2025
15.1 C
Bhubaneswar

ଆଇନଜୀବୀ-ପୁଲିସ ବିବାଦ ; ଆଜି ବାର୍‌ ବୈଠକ

କଟକ : ଆଇନଜୀବୀଙ୍କୁ ପୁଲିସର ମାଡ଼ ମାରିବା ଅଭିଯୋଗ ମାମଲାରେ ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ ଏସ ଝାଭେରୀ ଓ ଜଷ୍ଟିସ କେ ଆର ମହାପାତ୍ରଙ୍କ ଖଣ୍ଡପୀଠ ମଙ୍ଗଳବାର ଶୁଣାଣି କରିବା ସହ ପରବର୍ତ୍ତୀ ଶୁଣାଣି ଆସନ୍ତା ଗୁରୁବାର କରିବାକୁ ଦିନ ଧାର୍ଯ୍ୟ କରିଛନ୍ତି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଶ୍ରୀକାନ୍ତ କୁମାର ନାୟକ ଓ ସରକାରଙ୍କ ପକ୍ଷରୁ ଆଡ଼ଭୋକେଟ ଜେନେରାଲ ସୂର୍ଯ୍ୟ ପ୍ରସାଦ ମିଶ୍ର ମାମଲା ପରିଚାଳନା କରୁଛନ୍ତି। ତେବେ ଅଦ୍ୟାବଧି ମାମଲାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ ଚୂଡ଼ାନ୍ତ ତଦନ୍ତ ରିପୋର୍ଟ ଦେବାରେ ବିଫଳ ରହିଛି।
ଅନ୍ୟପକ୍ଷରେ ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଇତିମଧ୍ୟରେ ୭୮ ଦିନ ପୂରିଥିବାବେଳେ ଆସନ୍ତାକାଲି ହାଇକୋର୍ଟ ବାର ଆସୋସିଏସନ ପକ୍ଷରୁ ସାଧାରଣ ପରିଷଦ ବୈଠକ ବସିବ। ଏହି ବୈଠକରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସଂପର୍କରେ ସଂପୂର୍ଣ୍ଣ ଭାବେ ଆଲୋଚନା କରାଯାଇ ପରବର୍ତ୍ତୀ ପଦକ୍ଷେପ ଉପରେ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡିଛି। ମାମଲାର ବିବରଣୀରୁ ପ୍ରକାଶ ଯେ ନ୍ୟାସନାଲିଷ୍ଟ ଲୟର୍ସ ଫୋରମର ସବ୍ୟସାଚୀ ମହାପାତ୍ରଙ୍କ ଆବେଦନରେ ବିଚାର ବିଭାଗୀୟ ତଦନ୍ତ ସହ ପୁଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ପ୍ରାର୍ଥନା କରାଯାଇଛି। ସେହିପରି କଟକ ବାର ଆସୋସିଏସନ ପକ୍ଷରୁ ଦାୟର ମାମଲାରେ ପୀଡ଼ିତ ଆଇନଜୀବୀ ଦେବୀପ୍ରସାଦ ପଟ୍ଟନାୟକଙ୍କୁ କ୍ଷତିପୂରଣ ପ୍ରଦାନ ସହ ସିବିଆଇ ତଦନ୍ତ ଦାବି କରାଯାଇଛି। ସେହିପରି ଆଇନଜୀବୀ ଅନ୍ତର୍ଯ୍ୟାମୀ ସ୍ୱାଇଁଙ୍କ ପକ୍ଷରୁ ଆଉ ଏକ ମାମଲା ରୁଜୁ ହୋଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories