www.samajalive.in
Saturday, December 13, 2025
26.1 C
Bhubaneswar

ସିସୋଡିଆଙ୍କ ଜାମିନ ଆବେଦନ ପ୍ରସଙ୍ଗ : ଜୁଲାଇ ୧୪ରେ ଶୁଣାଣି

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କ ଜାମିନ ଆବେଦନର ପରବର୍ତ୍ତୀ ଶୁଣାଣି ସୁପ୍ରିମକୋର୍ଟରେ ୧୪ ଜୁଲାଇରେ ହେବ ବୋଲି ଜଣାପଡ଼ିଛି। ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡଙ୍କ ନିକଟରେ ରଖିଥିଲେ। ସିଂଘଭି କହିଛନ୍ତି ଯେ ଜାମିନ ଆବେଦନକୁ ହାଇକୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ସିସୋଡିଆଙ୍କ ପତ୍ନୀ ଗୁରୁତର ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁବାର ସିସୋଡିଆ ତାଙ୍କ ଜାମିନ ମାମଲାରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ। ପ୍ରକାଶ ଯେ, ଦୁର୍ନୀତି ଅଭିଯୋଗରେ ସିସୋଡିଆଙ୍କୁ ଇଡି ଗିରଫ କରିଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories