www.samajalive.in
Wednesday, December 10, 2025
16.1 C
Bhubaneswar

କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ବରର ରାଜଭବନ ଛକ ଯାଏ ୨୪ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ। ଏବେ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି। ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବା ସହିତ ଲ୍ୟାବରେ ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରାଯିବ। ଏହା ପରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ରାଜ୍ୟ ସରକାରଙ୍କୁ ଦେବେ। ସୂଚନାଯୋଗ୍ୟ, ଖୁବ୍‌ ଶୀଘ୍ର ଓଡ଼ିଶାରେ ବହୁ ପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପ ଆରମ୍ଭ ହେବ। କଟକ-ଭୁବନେଶ୍ବର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ଏହି ମେଟ୍ରୋ ରେଳ ଚଳାଚଳ କରିବ। ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୁଳିଆରୁ ଭୁବନେଶ୍ବର ବିମାନବନ୍ଦର ମଧ୍ୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏନେଇ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ। ରାଜ୍ୟ ସରକାର ନିଜସ୍ବ ଅର୍ଥରେ ଏହି ପ୍ରକଳ୍ପ କରିବେ ବୋଲି ଜଣାପଡ଼ିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories