www.samajalive.in
Saturday, December 13, 2025
26.1 C
Bhubaneswar

ଭୈରବୀ ଡିଗ୍ରୀ କଲେଜରେ ବନ ମହୋତ୍ସବ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ସ୍ଥିତ ଭୈରବୀ ଡିଗ୍ରୀ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ କାର୍ଯ୍ୟକ୍ରମ ଅଧିକାରୀ ରଞ୍ଜିତ କୁମାର ସାମଲଙ୍କ ତତ୍ତ୍ୱବଧାନରେ ବନ ମହୋତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ କଲେଜ ଅଧ୍ୟକ୍ଷ ଡ଼କ୍ଟର ରମେଶ ଚନ୍ଦ୍ର ତାରେଣିଆ ଯୋଗ ଦେଇ ଛାତ୍ରଛାତ୍ରୀ ମାନଙ୍କ ଏହି ମହନୀୟ କାର୍ଯ୍ୟକୁ ପ୍ରଶଂସା କରିଥିଲେ। ଏହି ଅବସରରେ ମହାବିଦ୍ୟାଳୟ ଚତୁର୍ପାଶ୍ୱରେ ଜାମ୍ବୁ, ପିଜୁଳି, ଅଁଳା, କୃଷ୍ଣଚୁଡା ଭଳି ୩୦ଟି ବୃକ୍ଷ ଚାରା ରୋପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ କଲେଜର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ। ଛାତ୍ର ସିଲୁ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories