www.samajalive.in
Sunday, December 7, 2025
26.1 C
Bhubaneswar

ଚିକେନ ଲଲିପପ୍‍

ଆବଶ୍ୟକ ସାମଗ୍ରୀ
ଲେଗ୍‍ ପିସ୍‍ ଚିକେନ – ୪୦୦ ଗ୍ରାମ
ତେଲ – ଆବଶ୍ୟକ ପରିମାଣରେ
ଅଦା ରସୁଣ ବଟା – ୩ ଚାମଚ
ଲଙ୍କା ଗୁଣ୍ଡ – ଆବଶ୍ୟକ ଅନୁଯାୟୀ
ଲୁଣ – ଆବଶ୍ୟକ ଅନୁଯାୟୀ
ଗୋଲମରିଚ ଗୁଣ୍ଡ – ୧ଚାମଚ
ସୋୟା ସସ୍ – ୧ ଚାମଚ
ଟମାଟୋ ସସ୍ – ୧ ଚାମଚ
ମଇଦା – ୨ଚାମଚ
ଅଣ୍ଡା – ୧ଟି
କର୍ଣ୍ଣଫ୍ଲୋର – ୨ ଚାମଚ
ପିଆଜ – ୧ଟି
ଲେମ୍ବୁ – ୧ଟି
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଚିକେନକୁ ଭଲ ଭାବେ ଧୋଇ ଏକ ପ୍ରାତ୍ରରେ ରଖନ୍ତୁ। ଏଥିରେ ସୋୟା ସସ୍‍, ଅଦା ରସୁଣ ବଟା, ଟମାଟୋ ସସ୍‍, ଗୋଲମରିଚ ଗୁଣ୍ଡ, ଲୁଣ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଗୋଳାଇବା ପରେ ୩୦ ମିନିଟ୍ ଫ୍ରିଜରେ ରଖି ଦିଅନ୍ତୁ। ୩୦ ମିନିଟ୍ ପରେ ଏଥିରେ ସାମାନ୍ୟ ହଳଦୀ ଗୁଣ୍ଡ, ମଇଦା, କର୍ଣ୍ଣଫ୍ଲୋର, ଲଙ୍କା ଗୁଣ୍ଡ, ଅଳ୍ପ ଲୁଣ, ଏକ ଅଣ୍ଡା ଭାଙ୍ଗି ଏଥିରେ ପକାଇ ଭଲ ଭାବେ ଗୋଳାଇ ଦିଅନ୍ତୁ। ଏବେ ଗ୍ୟାସ ଲଗାଇ କଡ଼େଇ ବସାନ୍ତୁ। କଡ଼େଇରେ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ଏଥିରେ ଗୋଳାଇ ରଖିଥିବା ଚିକେନକୁ ଛାଣନ୍ତୁ। ଭଲ ଭାବେ ଛାଣିବା ପରେ ଏକ ପାତ୍ରକୁ କାଢି ଦିଅନ୍ତୁ। ଗୋଲ ଆକାରର ପିଆଜ ଓ ଲେମ୍ବୁ କାଟି ଏହାର ଚାରି ପାଖରେ ସଜାଇ ଦିଅନ୍ତୁ।

- Advertisement -

ଏହା ପରେ ଖାଆନ୍ତୁ ଓ ମଜା ନିଅନ୍ତୁ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories