www.samajalive.in
Sunday, December 7, 2025
26.1 C
Bhubaneswar

ଧାରା ୩୭୦ ଉଚ୍ଛେଦ ମାମଲା : ଅଗଷ୍ଟ ୨ରୁ ଶୁଣାଣି ଆରମ୍ଭ

ଶ୍ରୀନଗର : ଜାମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ମାମଲାରେ ଆସନ୍ତା ଅଗଷ୍ଟ ୨ରୁ ସୁପ୍ରିମକୋର୍ଟରେ ଶୁଣାଣି ହେବ ବୋଲି ଜଣାପଡ଼ିଛି। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରି ରାଷ୍ଟ୍ରପତି ଶାସନ ଲାଗୁ କରିବାକୁ ୨୦୧୯ ମସିହା ଅଗଷ୍ଟ ୫ ତାରିଖରେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ ହୋଇଥିଲା। ଧାରା ୩୭୦କୁ ଚ୍ୟାଲେଞ୍ଜ କରି ସମୁଦାୟ ୨୩ଟି ପିଟିଶନ ଦାଖଲ  ହୋଇଛି। ପ୍ରକାଶ ଯେ, ଭାରତୀୟ ସମ୍ବିଧାନର ଧାରା ୩୫(ଏ) ସହ ଜଡ଼ିତ ଧାରା ୩୭୦ ଅନୁସାରେ ଜାମ୍ମୁ କଶ୍ମୀରକୁ ସ୍ୱତନ୍ତ୍ର ମାନ୍ୟତା ପ୍ରଦାନ କରାଯାଇଥିଲା। ଫଳରେ ଉକ୍ତ ରାଜ୍ୟକୁ ଭାରତୀୟ ସମ୍ବିଧାନରୁ ଏକ ଅଲଗା ସାମ୍ବିଧାନିକ ମାନ୍ୟତା ମିଳିବା ସହିତ କଶ୍ମୀରରେ କେବଳ ସ୍ଥାନୀୟ ବାସିନ୍ଦାଙ୍କୁ ଘର କରିବା ଓ ସରକାରୀ ଚାକିରିରେ ସୁବିଧା ରହିଥିଲା। ତେବେ ସପ୍ତାହର କେବଳ ସୋମବାର ଓ ଶୁକ୍ରବାରକୁ ଛାଡ଼ି ଅନ୍ୟ ଦିନମାନଙ୍କରେ ନିୟମିତ ଭାବେ ଏହି ମାମଲାର ଶୁଣାଣି ଚାଲିବ ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories