www.samajalive.in
Tuesday, December 9, 2025
15.1 C
Bhubaneswar

‘ସମାଜ’ ପକ୍ଷରୁ ଚାରାରୋପଣ

ପିପିଲି :‘ସମାଜ’ ପକ୍ଷରୁ ରାଜ୍ୟବ୍ୟାପୀ ଆରମ୍ଭ ହୋଇଥିବା ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି। ଏହି ପରିପ୍ରେକ୍ଷୀରେ ପିପିଲିରେ ଆଜି ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଖଣ୍ଡିଆଗିରି ଗ୍ରାମ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଚାରାରୋପଣ କାର୍ଯ୍ୟକ୍ରମରେ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ପୁଷ୍ପାଳକ, ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ସୁମିତା ଦାସ, ବିଦ୍ୟାଳୟର ମୋ ସ୍କୁଲ ଅଭିଯାନ କମିଟିର ସଭାପତି ଯାଦବ ପ୍ରଧାନ, ଉତ୍କଳମଣି ସାମ୍ବାଦିକ ସଂଘର ସାଧାରଣ ସଂପାଦକ ବିଜୟ କୁମାର ମହାପାତ୍ର, ପିପିଲି ମହୋତ୍ସବ କମିଟିର ବ୍ରଜକିଶୋର ପ୍ରଧାନ, ମନୋଜ କୁମାର ସ୍ୱାଇଁ, ଶ୍ରୀଧର ନାୟକ, ପ୍ରଦୀପ୍ତ ରାଉତ, ଲୋକନାଥ ବେହେରା, ସୂର୍ଯ୍ୟକାନ୍ତ ବରାଳ, ପ୍ରିୟଦର୍ଶିନୀ ମଲ୍ଲିକ ପ୍ରମୁଖ ଯୋଗଦେଇ ବୃକ୍ଷରୋପଣର ଆବଶ୍ୟକତା ଓ ଉପକାରିତା ସଂପର୍କରେ ଆଲୋକପାତ କରିଥିଲେ। ଛାତ୍ରଛାତ୍ରୀଙ୍କ ସହ ମିଶି ଅତିଥିମାନେ ସେଠାରେ ଚାରାରୋପଣ କରିଥିଲେ। ଏଥିସହ ସ୍ଥାନୀୟ ହୁଙ୍କେଶ୍ୱର ଦେବଙ୍କ ମନ୍ଦିର ଚତୁଃପାର୍ଶ୍ବରେ ମଧ୍ୟ ବିଭିନ୍ନ ପ୍ରକାର ଔଷଧିୟ ଚାରାରୋପଣ କରାଯାଇଥିଲା। ପିପିଲି ‘ସମାଜ’ ପ୍ରତିନିଧି ପ୍ରଦ୍ୟୁମ୍ନ କୁମାର ସୁବୁଦ୍ଧି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories