www.samajalive.in
Sunday, December 14, 2025
23.1 C
Bhubaneswar

କେଭି ଛାତ୍ରୀ ଅନୁପ୍ରଭା ପାଇଲେ ରାଜ୍ୟସ୍ତରୀୟ ପୁରସ୍କାର

ସମ୍ବଲପୁର: ସମ୍ବଲପୁର କେନ୍ଦ୍ରୀୟ ବିଦ୍ୟାଳୟ – ୧ର ଛାତ୍ରୀ ଅନୁପ୍ରଭା ବେହେରା ରାଜ୍ୟସ୍ତରୀୟ ପୁରସ୍କାର ପ୍ରାପ୍ତ କରିଛନ୍ତି। ବିଗତ ୪ ଡିସେମ୍ବର ୨୦୨୨ ରେ ସ୍ଥାନୀୟ ସମ୍ବଲପୁରର ବୁଢ଼ାରଜା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜିଲା ଶିଶୁ କଲ୍ୟାଣ ସମିତି ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ବିଭିନ୍ନ ବର୍ଗରେ ୧୩୭ ଜଣ ପ୍ରତିଯୋଗୀ ଏଥିରେ ଭାଗ ନେଇଥିଲେ। ସେମାନଙ୍କ ମଧ୍ୟରୁ ଜିଲାସ୍ତରୀୟ ସବୁଜ ବିଭାଗରେ ଚତୁର୍ଥ ଶ୍ରେଣୀର ଛାତ୍ରୀ ଅନୁପ୍ରଭା ବେହେରା ସମ୍ବଲପୁରରୁ ଏକମାତ୍ର ଛାତ୍ରୀ ରୂପେ ପ୍ରଥମ ସ୍ଥାନ ଏବଂ ରାଜ୍ୟସ୍ତରରେ ତୃତୀୟ ସ୍ଥାନ ଅଧିକାର କରିଥିଲେ। ଏଣୁ ମଙ୍ଗଳବାର ଦିନ ଭୁବନେଶ୍ୱର ସ୍ଥିତ ଗୃହ ଅର୍ଥନୀତି ତାଲିମ କେନ୍ଦ୍ର ପ୍ରେକ୍ଷାଳ ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ, ଓଡ଼ିଶା ଏବଂ ଓଡ଼ିଶା ରାଜ୍ୟ ଶିଶୁ କଲ୍ୟାଣ ପରିଷଦ ପକ୍ଷରୁ ରାଜ୍ୟସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ପୁରସ୍କାର ବିତରଣୀ ଉତ୍ସବ ଆୟୋଜିତ ହୋଇଥିଲା। ଏଥିରେ ମହିଳା ଓ ଶିଶୁ ବିକାଶ ବିଭାଗର ମନ୍ତ୍ରୀ ବାସନ୍ତୀ ହେମ୍ରମ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଅନୁପ୍ରଭା ଙ୍କୁ ପୁରସ୍କାର ପ୍ରଦାନ କରି ଉତ୍ସାହିତ କରିଛନ୍ତି। ପୂର୍ବରୁ ଅନୁପ୍ରଭା ଅନେକ ଜିଲାସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇ କୃତୀତ୍ୱ ଅର୍ଜନ କରିଛନ୍ତି। ଅନୁପ୍ରଭାଙ୍କ ଏହି ସଫଳତା ପାଇଁ ତାଙ୍କୁ କେନ୍ଦ୍ରୀୟ ବିଦ୍ୟାଳୟ ସମେତ ସବୁ ମହଲରୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଯାଉଛି।

Hot this week

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

Related Articles

Popular Categories