www.samajalive.in
Saturday, December 6, 2025
26.1 C
Bhubaneswar

ଏଏସଓ ଶୁଣାଣି ଶେଷ ; ରାୟ ସଂରକ୍ଷିତ

କଟକ : ଗୁରବାର ଆସିଷ୍ଟାଣ୍ଟ ସେକ୍‌ସନ ଅଫିସର (ଏଏସଓ) ଶୁଣାଣି ଶେଷ ହୋଇଛି। ଏଏସଓ ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଛି। ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ଉଚ୍ଚ ନ୍ୟାୟାଳୟ। ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସସି) ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ ହାଇକୋର୍ଟ। ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ। ଚ୍ୟାଲେଞ୍ଜ କରି ପରୀକ୍ଷାର୍ଥୀ ମାନେ ୨ଟି ମାମଲା କରିଥିଲେ। ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନଥିବାରୁ ରିଟ୍‌‌ ପିଟିସନ କରିଥିଲେ।
ସୂଚନା ଯୋଗ୍ୟ , ଗତ ମେ୧୯ରେ ଏଏସଓ ମେରିଟ୍‌‌ ଲିଷ୍ଟ ଖାରଜ ହୋଇଥିଲା। ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ଓପିଏସସିର ମେରିଟ୍‌‌ ଲିଷ୍ଟ ଖାରଜ କରିଥିଲେ ହାଇକୋର୍ଟ। ୨ ମାସ ମଧ୍ୟରେ ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଲିଖିତ ପରୀକ୍ଷାର ମୋଟ ମାର୍କ ଆଧାରରେ ମେରିଟ୍‌‌ ଲିଷ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୭୯୬ଟି ଏଏସଓ ପଦବୀ ପାଇଁ ଗତବର୍ଷ ଅଗଷ୍ଟରେ ପରୀକ୍ଷା ହୋଇଥିଲା।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories