www.samajalive.in
Sunday, December 7, 2025
26.1 C
Bhubaneswar

ଘରୋଇ ଉପାୟରେ ଏଭଳି ନିଅନ୍ତୁ ଆଖିର ଯତ୍ନ

ଆଖି ଆମ ମୁହଁର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ। ଏହାର ସୌନ୍ଦର୍ଯ୍ୟ ଆମ ମୁହଁର ସୁନ୍ଦରତାକୁ ଦୁଇ ଗୁଣିତ କରିଥାଏ। ମାତ୍ର କିଛି କାରଣରୁ ଆମେ ଏହାର ଠିକ ଭାବରେ ଯତ୍ନ ନେଇପାରୁ ନାହୁଁ। ଦୈନନ୍ଦିନ ଜୀବନର କେତେକ କାରଣ ହେତୁ ଚକ୍ଷୁ ଉପରେ ବହୁ ପ୍ରଭାବ ପଡ଼ିଥାଏ। ଯେପରି କମ୍ପ୍ୟୁଟର ସମ୍ମୁଖରେ ଅଧିକ ସମୟ ବସିବା, ଉପଯୁକ୍ତ ପରିମାଣ ଭିଟାମିନ ଖାଦ୍ୟ ନ ଖାଇବା, କମ ପରିମାଣରେ ପାଣି ପିଇବା ଆଦି କାରଣ ହେତୁ ଆଖି ଉପରେ କୁପ୍ରଭାବ ପଡ଼ିବା ସହ ଏହାର ସୌନ୍ଦର୍ଯ୍ୟ କମ ହୋଇଥାଏ। ଆଖି ଶରୀରର ଏକ ସୂକ୍ଷ୍ମ ଅଙ୍ଗ ହୋଇଥିବାରୁ ବିଶେଷ ଭାବରେ ଏହାର ଯତ୍ନ ନେବା ଉଚିତ। କିଛି ଘରୋଇ ଉପାୟରେ ଆମେ ଏହି ସମସ୍ୟାରୁ ମୁକ୍ତି ପାଇପାରିବା….

କାକୁଡ଼ିର ବ୍ୟବହାର
କାକୁଡ଼ିରେ ପର୍ଯ୍ୟାପ୍ତ ପରିମାଣରେ ପାଣି ଥାଏ। ଏହାର ଆଖିର ଥକ୍କାପଣ ଦୂର କରିଥାଏ। ଆଖି ତଳର କଳା ଦାଗ ଦୂର କରିବା ସହ ଏହାର ସୌନ୍ଦର୍ଯ୍ୟ ବଢାଇଥାଏ। ନିୟମତି ୧୫ ରୁ ୨୦ ମିନିଟ କାକୁଡ଼ିକୁ ଗୋଲ ଆକୃତିର ଦୁଇଫାଳ କାଟି ଆଖି ଉପରେ ରଖନ୍ତୁ। ଆଖି ପାଇଁ ଏହା ଖୁବ ଲାଭଦାୟକ ଅଟେ।

ଲିଚୁର ବ୍ୟବହାର
ଲିଚୁ ଖାଇବା ପାଇଁ ଯେପରି ସ୍ୱାଦିଷ୍ଟ ଅଟେ। ସେପରି ଆଖି ପାଇଁ ମଧ୍ୟ ଲାଭଦାୟକ ଅଟେ। ଏଥିରେ ଥିବା ଆଣ୍ଟିଅକ୍ସିଡ଼ାଣ୍ଟ ଆଖିର ଦାଗ ଦୂର କରିବା ସହ ଏହାର ଉଜ୍ୱଳତା ବଢାଇଥାଏ। ଏହାକୁ ଦୁଇଫାଳ କରି ଆଖିରେ ଲଗାଇ ୨୦ ରୁ ୩୦ ମିନିଟ ରଖିଲେ ଏହା ଆଖି ପାଇଁ ଖୁବ ଉପକାରୀ ହୋଇଥାଏ।

ଆଳୁର ବ୍ୟବହାର
ଆଳୁରେ ପାଣି ଭାଗ ରହିବା ସହ ଭିଟାମିନ ସି ଓ ପୋଟାସିୟମ ଅଧିକ ପରିମାଣରେ ଥାଏ। ଏହାକୁ ନିୟମିତ ୧୦ ରୁ ୧୫ ମିନିଟ ଲଗାଇଲେ ମଧ୍ୟ ଆଖି ପାଇଁ ଖୁବ ଲାଭଦାୟକ ଅଟେ।

ଗୋଲାପ ଜଳ
ଆଖିରେ ଗୋଲାପ ଜଳକୁ ତୁଳା ସାହାଯ୍ୟରେ ବ୍ୟବହାର କରିବା ଦ୍ୱାରା ଆଖି କୁଣ୍ଡାଇ ହେବା, ଲାଲ ହେବା ଭଳି ବିଭିନ୍ନ ସମସ୍ୟାରୁ ମୁକ୍ତି ମିଳିଥାଏ।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories