www.samajalive.in
Monday, December 15, 2025
16.1 C
Bhubaneswar

ମଣ୍ଡଳ ବିଜେପି ପକ୍ଷରୁ ଗରିବ କଲ୍ୟାଣ ସମାବେଶ

ଗୋପାଳପୁର: ନାରାୟଣପୁର ସ୍ଥିତ ଶ୍ରୀରାମ ସେଲିବ୍ରେସନ ଠାରେ ଆଜି ଗୋପାଳପୁର ଏନ ଏ ସି ଏବଂ କରାପଲ୍ଲୀ ମଣ୍ଡଳ ବିଜେପି ପକ୍ଷରୁ ଗରିବ କଲ୍ୟାଣ ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମକୁ କରାପଲ୍ଲୀ ମଣ୍ଡଳ ସଭାପତି ଡ଼. ପ୍ରଦୀପ କୁମାର ପଟ୍ଟନାୟକ ଓ ଗୋପାଳପୁର ଏନଏସି ମଣ୍ଡଳ ସଭାପତି ପଞ୍ଚୁ ବେହେରା ଅଧକ୍ଷତା କରିଥିଲେ। ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ସଭାପତି ବିଭୁତି ଭୂଷଣ ଜେନା ଯୋଗ ଦେଇ ପ୍ରଧାନମନ୍ତ୍ରୀଙ୍କ ନଅ ବର୍ଷ ଶାସନରେ ଗରିବଙ୍କ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିବା ସହ କେନ୍ଦ୍ର ସରକାରଙ୍କ ସମସ୍ତ ଯୋଜନାକୁ ରାଜ୍ୟ ସରକାର ନିଜସ୍ୱ ଯୋଜନା କହି ଲୋକଙ୍କୁ ଭୁଆଁ ବୁଲାଉ ଥିବା କହିଛନ୍ତି। ଆସନ୍ତା ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ସରକାର ବିଭିନ୍ନ ଯୋଜନାକୁ ଘରେ ଘରେ ପହଞ୍ଚିବା ପାଇଁ ଦଳୀୟ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ। ତାହାସହ ଦଳକୁ ତୃଣମୂଳ ସ୍ତରରେ ମଜବୁତ କରିବା ଓ ସଙ୍ଗଠନ କରିବା ପାଇଁ କହିଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories