www.samajalive.in
Saturday, December 13, 2025
23.1 C
Bhubaneswar

୨୫ରୁ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ବର: ଜୁଲାଇ ୨୫ରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ କଟକ ଏବଂ ଭଦ୍ରକର କେତେକ କାର୍ଯ୍ୟକ୍ରମରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

୨୫ ତାରିଖ ଅପରାହ୍ଣରେ ରାଷ୍ଟ୍ରପତି ଦିଲ୍ଲୀରୁ ବାହାରି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ। ସେହିଦିନ ସେ ରାଜଭବନରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବା ସହ ରାତ୍ରିଯାପନ କରିବା କାର୍ଯ୍ୟକ୍ରମ ରହିଛି। ଏନେଇ ଭୁବନେଶ୍ବର-କଟକ ପୁଲିସ ଆୟୁକ୍ତ, କଟକ ଏବଂ ଭଦ୍ରକ ଜିଲା ପ୍ରଶାସନକୁ ଚିଠି ମାଧ୍ୟମରେ ସରକାରୀ ସ୍ତରରେ ଅବଗତ କରାଯାଇଛି। ୨୬ରେ କଟକ ଓଡ଼ିଶା ଉଚ୍ଚ ନ୍ୟାୟାଳୟ, ଏସ୍‌ସିବି ଭେଷଜ ମହାବିଦ୍ୟାଳୟ ଓ ଜାତୀୟ ଆଇନ ବିଶ୍ବବିଦ୍ୟାଳୟ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିସହିତ ସେ କଟକ ଚଣ୍ଡୀମନ୍ଦିର ଯାଇ ମା’ଙ୍କୁ ଦର୍ଶନ କରିବେ। ନେତାଜୀ ସଂଗ୍ରହାଳୟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟାରେ ରାଷ୍ଟ୍ରପତି କଟକରୁ ରାଜଭବନ ଫେରି ରାତ୍ରିଯାପନ କରିବାକୁ ଥିବାବେଳେ ୨୭ରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ୍‌ ଜୁବୁଲି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏଥିପାଇଁ ମହାବିଦ୍ୟାଳୟ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଇଁ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଜିଲା ପ୍ରଶାସନ ଓ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ନେଇ ଆଲୋଚନା ହୋଇଛି। ୨୭ ସନ୍ଧ୍ୟାରେ ରାଷ୍ଟ୍ରପତି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା କାର୍ଯ୍ୟକ୍ରମ ରହିଛି।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories