www.samajalive.in
Tuesday, December 9, 2025
15.1 C
Bhubaneswar

ନବଙ୍କୁ ହତ୍ୟା କରିବାକୁ ସମଲେଇ ମନ୍ଦିରରେ ଲଣ୍ଡା ହୋଇଥିଲା ଗୋପାଳ

ଭୁବନେଶ୍ବର : ନବ ଦାସଙ୍କୁ ହତ୍ୟା କରିବା ପାଇଁ ଲଣ୍ଡା ହୋଇ ଶପଥ ନେଇଥିଲା ଅଭିଯୁକ୍ତ ଗୋପାଳ ଦାସ। କ୍ରାଇମବ୍ରାଞ୍ଚ ଦାଖଲ କରିଥିବା ୫ ଶହ ପୃଷ୍ଠାର ଚାର୍ଜସିଟରେ ଏପରି ଚାଞ୍ଚଲ୍ୟକର ତଥ୍ୟ ଉଲ୍ଲେଖ ରହିଛି। ଚାର୍ଜସିଟ୍‌ ରିପୋର୍ଟ ଅନୁସାରେ, ନବ ଦାସଙ୍କୁ ହତ୍ୟା କରିବାକୁ ଭାଇ ସତ୍ୟନାରାୟଣ ଦାସଙ୍କ ସହ ସମ୍ବଲପୁର ସମଲେଇ ମନ୍ଦିରକୁ ଯାଇଥିଲା ଗୋପାଳ। ଏଠାରେ ଲଣ୍ଡା ହୋଇ ନବ ଦାସଙ୍କୁ ମାରିବାକୁ ଶପଥ ନେଇଥିଲେ। ଏଥିପାଇଁ ସୁଯୋଗ ଅପେକ୍ଷାରେ ଥିଲେ ଗୋପାଳ। ଚାର୍ଜସିଟ୍‌ରେ ଉଲ୍ଲେଖ ଥିବା କାରଣ ଅନୁଯାୟୀ, ଗୋପାଳ ବଡ଼ମାଲ ଥାନାରେ ଥିବାବେଳେ ଅନେକ ସମୟରେ ଟ୍ରାଫିକ୍ ଡ୍ୟୁଟି କରୁଥିଲେ । ନିର୍ବାଚନ ବେଳେ ଦିନେ ନବ ଓ ତାଙ୍କ ସମର୍ଥକଙ୍କ ଗାଡ଼ିକୁ ଯାଞ୍ଚ କରିଥିଲେ ଗୋପାଳ ଦାସ। ଏହି ସମୟରେ ନବ ଦାସଙ୍କ ସମର୍ଥକ ତାଙ୍କୁ ଧମକାଇବା ସହ ଗାଳିଗୁଳଜ କରିଥିଲେ। ନବଙ୍କ  ସମର୍ଥକଙ୍କ ଧମକ ପାଇ ଭୟଭୀତ ହୋଇ ଯାଇଥିବା ଗୋପାଳ ଦାସ ଚେକିଂ ନ କରି ଗାଡ଼ି ଛାଡ଼ି ଦେଇଥିଲେ। ଏହି ଘଟଣା ପରେ ନିଜ ଜୀବନ ପ୍ରତି ବିପଦ ଥିବା ଅନୁଭବ କରୁଥିଲେ ଗୋପାଳ ଦାସ । ତେଣୁ ନିଜେ ମରିବା ପୂର୍ବରୁ ନବ ଦାସଙ୍କୁ ମାରିବା ପାଇଁ ଗୋପାଳ ମନସ୍ଥ କରି ଏହି କାଣ୍ଡ ଭିଆଇଥିବା କ୍ରାଇମବ୍ରାଞ୍ଚ ଚାର୍ଜସିଟ୍‌ରେ ଉଲ୍ଲେଖ ଅଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories