www.samajalive.in
Sunday, December 14, 2025
19.1 C
Bhubaneswar

ଅପେକ୍ଷାର ଅନ୍ତ! ‘ଚନ୍ଦ୍ରଯାନ-୩’ର ସଫଳ ଉତ୍‌କ୍ଷେପଣ

ଶ୍ରୀହରିକୋଟା: ଭାରତର ତୃତୀୟ ଚନ୍ଦ୍ର ମିଶନ୍‌ ‘ଚନ୍ଦ୍ରଯାନ-୩’ର ସଫଳ ଉତ୍‌କ୍ଷେପଣ ହୋଇଛି। ଶୁକ୍ରବାର ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ସତୀଶ ଧାୱନ ଲଞ୍ଚ ପ୍ୟାଡରୁ ଏହାର ଉତକ୍ଷେପଣ ହୋଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୨ଟା ୩୫ ମିନିଟରେ ଚନ୍ଦ୍ରଯାନ-୩ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ଅଗଷ୍ଟ ୨୩ କିମ୍ବା ୨୪ରେ ସାଉଥ୍ ପୋଲରେ ସଫ୍ଟ ଲ୍ୟାଣ୍ଡିଂ କରିବ ଲ୍ୟାଣ୍ଡର ବିକ୍ରମ। ସଫଳ ଅବତରଣ ପାଇଁ ଅତ୍ୟାଧୁନିକ ଟେକ୍ନୋଲୋଜି ସହ ବିଶାଳ ଲ୍ୟାଣ୍ଡିଂ ସାଇଟ ପ୍ରସ୍ତୁତ କରିଛି ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ(ଇସ୍ରୋ)।

ଅପରପକ୍ଷେ, ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୩ ସଫଳ ଅବତରଣ କରିବ ବୋଲି ଆଶା ପ୍ରକଟ କରିଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ। ଏଥିପାଇଁ ଇସ୍ରୋର ସମସ୍ତ କର୍ମଚାରୀଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି। ଯଦି ଚନ୍ଦ୍ର ପୃଷ୍ଠରେ ଚନ୍ଦ୍ରଯାନ-୩ ସଫଳ ଅବତରଣ କରେ, ତେବେ ଆମେରିକା, ରୁଷ, ଚୀନ ପରେ ଚତୁର୍ଥ ଦେଶ ହେବ ଭାରତ।

- Advertisement -

 

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories